ଏସିଏଫ ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ବିଦ୍ୟାଭାରତୀଙ୍କୁ ସାମୟିକ ଆଶ୍ୱସ୍ତି

add-all

ବିଦ୍ୟାଭାରତୀଙ୍କୁ ସାମୟିକ ଆଶ୍ୱସ୍ତି। ପାରଳାଖେମୁଣ୍ଡି ଏସିଏଫ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ପତ୍ନୀ ବିଦ୍ୟାଭାରତୀଙ୍କୁ ଆଶ୍ୱସ୍ତି। ଗିରଫ ପାଇଁ ହାଇକୋର୍ଟରେ ଜାରି NBW ଉପରେ ରୋକ୍‌। ଜାମିନ୍‌ ବିହୀନ ଗିରଫ ପରୱାନା କାର୍ଯ୍ୟକାରୀ ନକରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। ଆସନ୍ତା ୨୭ ତାରିଖରେ ମାମଲାର ଶୁଣାଣି ପାଇଁ ତାରିଖ ଧାର୍ଯ୍ୟ କରାଯାଇଛି।

୨୦୨୧ ଜୁଲାଇ ୧୨ରେ ଏସିଏଫ ସୌମ୍ୟରଞ୍ଜନ ମହାପାତ୍ରଙ୍କୁ ଗଜପତି ଜିଲ୍ଲା ପାରଳାଖେମୁଣ୍ଡି କ୍ୱାର୍ଟରରୁ ଅର୍ଦ୍ଧଦଗ୍ଧ ଅବସ୍ଥାରେ ଉଦ୍ଧାର କରାଯାଇଥିଲା । ପରଦିନ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିଲା । ସୌମ୍ୟରଞ୍ଜନଙ୍କ ବାପା ଅଭିରାମ ମହାପାତ୍ର ପାରଳାଖେମୁଣ୍ଡି ଥାନାରେ ହତ୍ୟା ମାମଲା ଦାୟର କରିଥିଲେ । ଅଭିଯୋଗର ତଦନ୍ତ କରିଥିଲା କ୍ରାଇମବ୍ରାଞ୍ଚ । ତଦନ୍ତରେ ଅସନ୍ତୋଷ ପ୍ରକାଶ କରି ସେ ପାରଳାଖେମୁଣ୍ଡି ଏସଡିଜେଏମ କୋର୍ଟରେ ଏକ ୱାନ୍‌ ସିସି ମାମଲା ରୁଜୁ କରିଥିଲେ । ଏହି ମାମଲାରେ ତିନି ଜଣଙ୍କୁ ସମନ୍‌ ହୋଇଥିଲା।

ad-week
Leave A Reply

Your email address will not be published.