ସଶକ୍ତ ଓଡ଼ିଶା ଗଠନ ଦିଗରେ ଲୋକସେବା ଆୟୋଗ ସହାୟକ ହେବ: ମୁଖ୍ୟମନ୍ତ୍ରୀ

add-all

ଭୁବନେଶ୍ବର: ଓଡ଼ିଶା ଲୋକସେବା ଆୟୋଗର ୭୫ ବର୍ଷ ପୂର୍ତ୍ତି ସମାରୋହ ଭୁବନେଶ୍ବରଠାରେ ଆୟୋଜିତ ହୋଇଛି। ଏଥିରେ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି, ଓଡ଼ିଶା ଲୋକସେବା ଆୟୋଗ ସଶକ୍ତ ଓଡ଼ିଶା ଗଠନ ଦିଗରେ ସହାୟକ ହେବ। ଏହି ଅବସରରେ ସେ ଓଡ଼ିଶା ଲୋକସେବା ଆୟୋଗର ଅଧ୍ୟକ୍ଷ ଓ ସଦସ୍ୟମାନଙ୍କୁ ଅଭିନନ୍ଦନ ଏବଂ ଶୁଭେଚ୍ଛା ଜ୍ଞାପନ କରିଛନ୍ତ।

ଏହି କାର୍ଯ୍ୟକ୍ରମରେ ଓଡ଼ିଶା ଲୋକସେବା ଆୟୋଗର ଅଧ୍ୟକ୍ଷ ଡକ୍ଟର ସତ୍ୟଜିତ ମହାନ୍ତି ସ୍ବାଗତ ଭାଷଣ ଦେଇଥିବା ବେଳେ ଅନ୍ୟତମ ଅତିଥି ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ଓଡ଼ିଶା ଲୋକସେବା ଆୟୋଗର କାର୍ଯ୍ୟର ପ୍ରଶଂସା କରିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଓଡ଼ିଶା ଲୋକସେବା ଆୟୋଗର କେତେକ କର୍ମଚାରୀଙ୍କୁ ମାନପତ୍ର ପ୍ରଦାନ କରି ସମ୍ମାନିତ କରିଥିଲେ। ଏହାଛଡ଼ା ମୁଖ୍ୟମନ୍ତ୍ରୀ ଏକ ସ୍ମରଣିକା ଉନ୍ମୋଚନ କରିଥିଲେ। ଓଡ଼ିଶା ଲୋକସେବା ଆୟୋଗର ସଦସ୍ୟ ସନତ ମହାନ୍ତି ଧନ୍ୟବାଦ ଅର୍ପଣ କରିଥିଲେ।

ad-week
Leave A Reply

Your email address will not be published.