ଝାଡେଶ୍ୱର ମନ୍ଦିରରେ ବୋଲବମ କାଉଡିଆଙ୍କ ମୃତ୍ୟୁ

add-all

ଦେବଗଡ଼: ମନ୍ଦିରରେ ଶୋଇଥିବା ଅବସ୍ଥାରେ ବୋଲବମ କାଉଡିଆଙ୍କ ମୃତ୍ୟୁ । ଏଭଳି ଘଟଣା ଘଟିଛି ଦେବଗଡ ସ୍ଥିତ ପ୍ରସିଦ୍ଧ ଶୈବପୀଠ ଶ୍ରୀ ଝାଡେଶ୍ୱର ମନ୍ଦିରରେ । ମୃତକ ଜଣକ ହେଲେ ଦେବଗଡ ଜିଲ୍ଲା କୁଣ୍ଢେଇଗୋଳା ଥାନା ଅନ୍ତର୍ଗତ ଦେଓଝରଣ ଗ୍ରାମର ବିଭୁତି ବେହେରା (୪୨)। ସୂଚନା ଅନୁ୍‌ଯାୟୀ ବିଭୁତି ଢେଙ୍କାନାଳ ଜିଲା ବାଲିମୀ ସ୍ଥିତ ପଠାଣୀ ସାମନ୍ତ ଡିପ୍ଲୋମା କଲେଜରେ ପିଅନ ଭାବେ କାର୍ଯ୍ୟ କରୁଥିବା ବେଳେ ଗତକାଲି ସେ ୨ଟି ଗାଡିରେ ବାଲିମୀ ଥାନା ନୁଆଁ ଗ୍ରାମର ୫୦ ଜଣ(ଡ୍ରାଇଭର ୨ ଜଣଙ୍କୁ ମିଶାଇ)ଯୁବକ ମାନଙ୍କ ଜଳାଭିଷେକ ପାଇଁ ଦେବଗଡ ଝାଡେଶ୍ୱର ମନ୍ଦିରକୁ ଆସିଥିଲେ । ସଂଧ୍ୟାରେ ନିକଟସ୍ଥ ବାଳିଆପିଟା ନାଳରୁ ଜଳ ସଂଗ୍ରହ କରି ମନ୍ଦିର ପରିସରରେ ସାଇତି ରଖିଥିଲେ ।

ରାତ୍ରୀ ପ୍ରାୟ ୧୧ଟା ସମୟରେ ସେ ଖିଆପିଆ ସାରି ମନ୍ଦିର ମଣ୍ଡପରେ ଅନ୍ୟ ମାନଙ୍କ ସହ ଶୋଇଥିଲେ । ଆଜି ପ୍ରତ୍ୟୂଷ ପ୍ରାୟ ୩ ଟା ସମୟରେ ସାଥୀ ମାନେ ତାଙ୍କୁ ଜଳାଭିଷେକ ପାଇଁ ଉଠାଇଥିଲେ ମଧ୍ୟ ସେ ଆଉ ଉଠିନଥିଲେ । ଫଳରେ ୧୦୮ ଆମ୍ବୁଲାନ୍ସ ଯୋଗେ ତାଙ୍କୁ ଦେବଗଡ ଜିଲ୍ଲା ମୂଖ୍ୟ ଚିକିତ୍ସାଳୟକୁ ଅଣାଯାଇଥିଲା । ମାତ୍ର ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ ।

ad-week
Leave A Reply

Your email address will not be published.