ପୁରୀରେ ଆରମ୍ଭ ହେଲା ରଥ ଭଙ୍ଗା କାମ

add-all

ପୁରୀ : ଭଙ୍ଗାଯାଉଛି ୩ ରଥ। ଆଜିଠାରୁ ତିନି ରଥ ଭାଙ୍ଗିବା ପ୍ରକ୍ରିୟା ଆରମ୍ଭ ହୋଇଛି। ଭୋଇ ସର୍ଦ୍ଧାର ଅନୁକୁଳ କରିବା ପରେ ପ୍ରଥମେ କଳସରୁ ଆରମ୍ଭ ହୋଇଥିଲା ଭଙ୍ଗା କାମ । ତାପରେ ପାରାଭାଡି ଓ ପରେ ପରେ ଦ୍ୱାରବେଢା ଭଙ୍ଗା ଯାଇଛି । ଏହା ପରେ ସବୁ ଅଂଶକୁ ଭଙ୍ଗା ଯିବ। ପ୍ରଥମେ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ ଭଙ୍ଗାଯାଉଛି। ଏହାପରେ ପ୍ରଭୁ ବଳଭଦ୍ରଙ୍କ ତାଳଧ୍ୱଜ ରଥ ଓ ଶେଷରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥ ଭଙ୍ଗାଯିବ। ଶ୍ରୀମନ୍ଦିର ପ୍ରଶାସନ ନିର୍ଦ୍ଦେଶ କ୍ରମେ ଭୋଇ ସର୍ଦ୍ଦାରଙ୍କ ନେତ୍‌ୃତ୍ୱରେ ୧୦ ଜଣ ଭୋଇ ସେବକ ରଥ ଭାଙ୍ଗିବା କାର୍ଯ୍ୟରେ ନିୟୋଜିତ ଅଛନ୍ତି। ତିନି ରଥ ସମ୍ପୂର୍ଣ ଭାଙ୍ଗିବା ପାଇଁ ୧୦ ରୁ ୧୨ଦିନ ସମୟ ଲାଗିଥାଏ।

ରଥ ସମ୍ପୂର୍ଣ୍ଣ ଭଙ୍ଗାଯାଇ ସମସ୍ତ କାଠ ଶ୍ରୀମନ୍ଦିର ପ୍ରଶାସନର ଜିମା ଦିଆଯିବ। ଏହି କାଠ ଶ୍ରୀମନ୍ଦିର ରୋଷଶାଳାରେ ମହାପ୍ରଭୁଙ୍କ କୋଠଭୋଗ ପ୍ରସ୍ତୁତିରେ ବ୍ୟବହାର କରାଯିବ। ଦେବୀ ସୁଭଦ୍ରାଙ୍କ ରଥରୁ ବାହାରୁଥିବା ଲୁହା କଣ୍ଟାକୁ ଫଳୁ ନଥିବା ଗଛରେ ବାଡେଇଲେ ଫଳ ଭରିଥାଏ ବୋଲି ବିଶ୍ୱାସ ରହୁଥିବାରୁ ଅନେକ ଭକ୍ତ ଏହି କଣ୍ଟା ସଂଗ୍ରହ କରିଥାନ୍ତି । ରଥଭଙ୍ଗା ସମୟରେ ରଥ ନିକଟରେ କଡା ସୁରକ୍ଷା ବ୍ୟବସ୍ଥା କରାଯାଇଛି।

ad-week
Leave A Reply

Your email address will not be published.