ପାରାଲିଗାଲ ସ୍ୱେଛାସେବୀଙ୍କ ପାଇଁ ତାଲିମ କାର୍ଯ୍ୟକ୍ରମ ଅନୁଷ୍ଠିତ

add-all

ଫୁଲବାଣୀ : ଜିଲ୍ଲା ଆଇନସେବା ପ୍ରାଧିକରଣ, ଫୁଲବାଣୀର ଅଧ୍ୟକ୍ଷଙ୍କ ନିର୍ଦ୍ଦେଶକ୍ରମେ, ଫୁଲବାଣୀ ବିକଳ୍ପ ବିବାଦ ସମାଧାନ କେନ୍ଦ୍ର ସଭାଗୃହରେ ଆଜି ତା ୧୬.୭.୨୦୨୩ରେ ପାରା ଲିଗାଲ ସ୍ୱେଛାସେବୀଙ୍କ ପାଇଁ ଏକ ତାଲିମ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଅଛି l
ଏହି କାର୍ଯ୍ୟକ୍ରମରେ ସତ୍ୟପୀର ମିଶ୍ର, ଜିଲ୍ଲା ଦୌରା ଜଜ୍, କନ୍ଧମାଳ ଏବଂ ଜିଲ୍ଲା କୋର୍ଟର ସମସ୍ତ ବିଚାର ବିଭାଗୀୟ ଅଧିକାରୀ ଉପସ୍ଥିତ ରହି ଜିଲ୍ଲା ଆଇନସେବା ପ୍ରାଧିକରଣ, ଫୁଲବାଣୀ ର ୧୯ ଜଣ ପାରା ଲିଗାଲ ସ୍ୱେଛାସେବୀଙ୍କୁ ସେମାନଙ୍କ ଦାୟିତ୍ଵ, କର୍ତ୍ତବ୍ୟ ବିଷୟରେ ସଚେତନ କରାଇବା ସହିତ ବିଭିନ୍ନ ଆଇନ ବିଷୟରେ ତାଲିମ ପ୍ରଦାନ କରିଥିଲେ।
ଉକ୍ତ ତାଲିମ କାର୍ଯ୍ୟକ୍ରମକୁ ଶ୍ରୀମତୀ ଅନୁଶିଲା ରୟ,ସଚିବ, ଜିଲ୍ଲା ଆଇନସେବା ପ୍ରାଧିକରଣ, ଫୁଲବାଣୀ ପରିଚାଳନା କରିଥିଲେ। କାର୍ଯ୍ୟକ୍ରମ ଶେଷରେ ସମସ୍ତ ସ୍ବେଛାସେବୀଙ୍କୁ ଜିଲ୍ଲା ଆଇନସେବା ପ୍ରାଧିକରଣ, ଫୁଲବାଣୀ କାର୍ଯ୍ୟାଳୟ ତରଫରୁ ପରିଚୟ ପତ୍ର ପ୍ରଦାନ କରାଯାଇଥିଲା।

ad-week
Leave A Reply

Your email address will not be published.