ରାଜନୀତିରେ ତିଷ୍ଠି ରହିବା ପାଇଁ ଆପ୍ରାଣ ଉଦ୍ୟମ ଚଳାଇଛନ୍ତି ସମୀର: ବିଜେଡି

add-all

ଭୁବନେଶ୍ୱର, : ବିଜେପି ନେତା ଶ୍ରୀ ସମୀର ମହାନ୍ତି ରାଜ୍ୟ ବିଜେପି ସଭାପତି ପଦରୁ ବିଦା ହେବାପରେ ନିଜର ରାଜନୈତିକ ସ୍ଥିତି ହରାଇଛନ୍ତି । ରାଜନୀତିରେ ତିଷ୍ଠି ରହିବାପାଇଁ ଆଜିକାଲି ସେ ଆପ୍ରାଣ ଉଦ୍ୟମ ଚଳାଇବା ସହିତ ଟୁଇଟ୍‍ ଜରିଆରେ ଗଣମାଧ୍ୟମର ଦୃଷ୍ଟି ଆକର୍ଷଣ କରୁଛନ୍ତି । ଆମେ ତାଙ୍କର ନିରାଶା ଏବଂ ହତାଶାକୁ ବୁଝୁଛୁ ବୋଲି କହିଛନ୍ତି ବିଜେଡି ମୁଖପାତ୍ର ଡକ୍ଟର ଲେନିନ ମହାନ୍ତି ।

ଏକ ଟୁଇଟ୍‍ ଜରିଆରେ ବିଜେପି ନେତା ଶ୍ରୀ ମହାନ୍ତିଙ୍କୁ ଜବାବ ଦେଇ ବିଜେଡି ମୁଖପାତ୍ର କହିଛନ୍ତି ଯେ ପୂର୍ବତନ ରାଜ୍ୟ ବିଜେପି ସଭାପତି ତାଙ୍କର ଅର୍ଥହୀନ ଏବଂ ବୁଦ୍ଧିହୀନ ଟୁଇଟ୍‍ ଜରିଆରେ ରାଜନୀତିରେ ପ୍ରାସଙ୍ଗିକ ହୋଇ ରହିବା ଏବଂ ଓଡ଼ିଶା ବିଜେପି ରାଜନୀତିରେ ନିଜର ରାଜନୈତିକ ଅସ୍ତିତ୍ୱ ଖୋଜିବାକୁ ଚେଷ୍ଟା କରୁଥିବାରୁ ଆମେ ତାଙ୍କ ପ୍ରତି ସହାନୁଭୂତି ଦେଖାଉଛୁ । ଆମେ ଆଶା କରୁଛୁ ଯେ ତାଙ୍କର ଓଡିଶା ବିଜେପି ସହକର୍ମୀମାନେ ତାଙ୍କ ପ୍ରତି ଅନୁରୂପ ଭାବେ ଅଧିକ ଦୟା ଏବଂ ସହାନୁଭୂତି ଦେଖାଇବେ ।

ad-week
Leave A Reply

Your email address will not be published.