ସୃଷ୍ଟି ହେଲା ଘୂର୍ଣ୍ଣିବଳୟ; ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଓଡ଼ିଶାର ୬ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

add-all

ଭୁବନେଶ୍ୱର: ପଶ୍ଚିମ- କେନ୍ଦ୍ରୀୟ ଓ ତତ-ସଂଲଗ୍ନ ଉତ୍ତର- ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳର ବାୟୁମଣ୍ଡଳରେ, ସମୁଦ୍ର ପତ୍ତନ ଠାରୁ ୫.୮ ରୁ ୭.୬ କିମି ମଧ୍ୟରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ସକ୍ରିୟ ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ସମାନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଆଜି ଅପରାହ୍ନରେ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି। ଅନ୍ୟପକ୍ଷରେ, ମୌସୁମୀ ନିମ୍ନଚାପ ରେଖା ଆଜି ଗୁଜୁରାଟର ଦେସାରୁ ବାହାରି ଇନ୍ଦୋର, ଦାମୋହ, ପେନ୍ଦ୍ରାରୋଡ଼ ଏବଂ ଓଡ଼ିଶାର ଗୋପାଳପୁରରୁ ପୂର୍ବ- ଦକ୍ଷିଣ- ପୂର୍ବ ଦିଗରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଯାଏଁ ଲମ୍ବିଛି। ଏହା ସମୁଦ୍ର ପତ୍ତନ ଠାରୁ ବାୟୁମଣ୍ଡଳର ୧.୫ କିମି ଉଚ୍ଚତା ଯାଏଁ ବ୍ୟାପିଛି।

ଏହାର ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ସୃଷ୍ଟି ହେବାକୁ ଥିବା ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ୨୬ ଜୁଲାଇ, ବୁଧବାର ବେଳକୁ ଘନୀଭୂତ ହୋଇ ଚଳିତ ମୌସୁମୀ ଋତୁର ପ୍ରଥମ ଅବପାତର ରୂପ ନେବା ସମ୍ଭାବନା ରହିଛି!
ଏହି ପରିପ୍ରେକ୍ଷୀରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍ ୨୫ ଜୁଲାଇ, ମଙ୍ଗଳବାର ଅପରାହ୍ନ ସୁଦ୍ଧା ଦକ୍ଷିଣ ଓଡ଼ିଶାର ୬ ଟି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଆଜି ଅପରାହ୍ନରେ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି।

ad-week
Leave A Reply

Your email address will not be published.