ରାଜ୍ୟର ୬ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

add-all

ଭୁବନେଶ୍ୱର: ମୌସୁମୀ ନିମ୍ନ ଚାପରେଖା ଦକ୍ଷିଣ ଭାଗରୁ ଧୀରେ ଧୀରେ ତାର ସାଧାରଣ ଅବସ୍ଥାନକୁ ଫେରୁଥିବାରୁ ରାଜ୍ୟରେ ଆସନ୍ତା ୩୦ ତାରଖରୁ ବର୍ଷାର ବିସ୍ତୃତି ବଇବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଆଜି ଅପରାହ୍ନରେ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି। ମୌସୁମୀ ନିମ୍ନଚାପ ରେଖା ଆଜି ରାଜସ୍ଥାନର ବିକାନେରରୁ ବାହାରି କୋଟା, ରାଇସେନ, ଦୁର୍ଗ ଏବଂ ପଶ୍ଚିମ ଦକ୍ଷିଣ- ଓଡିଶା ଏବଂ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ରର କେନ୍ଦ୍ରରୁ ପୂର୍ବ- ଦକ୍ଷିଣପୂର୍ବ ଦିଗରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଯାଏଁ ଲମ୍ବିଛି।

ଏହା ସମୁଦ୍ର ପତ୍ତନ ଠାରୁ ବାୟୁମଣ୍ଡଳର ୧.୫ କିମି ଉଚ୍ଚତା ଯାଏଁ ବ୍ୟାପିଛି। ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ତେବେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୨୮ଜୁଲାଇ, ଶୁକ୍ରବାର ଅପରାହ୍ନ ମଧ୍ୟରେ ଓଡ଼ିଶାର ୬ଟି ଜିଲ୍ଲାରେ ପ୍ରବଳ ବର୍ଷା (୭ରୁ ୧୧ ସେମି)ର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଆଜି ଅପରାହ୍ନରେ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି।

ad-week
Leave A Reply

Your email address will not be published.