ପ୍ରକାଶ ପାଇଲା ମାଟ୍ରିକ ସପ୍ଲିମେଣ୍ଟାରୀ ରେଜଲ୍ଟ

add-all

ଭୁବନେଶ୍ୱର :ଆଜି ପ୍ରକାଶ ପାଇଛି ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ। ୧୩୧୦ ଛାତ୍ରଛାତ୍ରୀ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଦେଇଥିବା ବେଳେ ସେଥି ମଧ୍ୟରୁ ୪୩୩ ପିଲା କୃତକାର୍ଯ୍ୟ ହୋଇଛନ୍ତି।

ସେହିପରି ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷାରେ ୬୭୭୮ ପରୀକ୍ଷାର୍ଥୀ ପାସ୍‌ କରିଛନ୍ତି। ୮୧୯୫ ଛାତ୍ରଛାତ୍ରୀ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷା ଦେଇଥିଲେ। ବୋର୍ଡ ୱେବସାଇଟରେ ଉଭୟ ରେଜଲ୍ଟ ଉପଲବ୍ଧ ଥିବା ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି।

ଜୁଲାଇ ୩ ତାରିଖରେ ମାଟ୍ରିକ ସପ୍ଲିମେଣ୍ଟାରୀ ଆରମ୍ଭ ହୋଇ ୮ ତାରିଖ ପର୍ଯ୍ୟନ୍ତ ଚାଲିଥିଲା। ୮୦ଟି କେନ୍ଦ୍ରରେ ଏହି ପରୀକ୍ଷା ଅନୁଷ୍ଠିତ ହୋଇଥିଲା। ସକାଳ ୯ଟାରୁ ପରୀକ୍ଷା ଆରମ୍ଭ ହୋଇ ଦିନ ୧୧ଟାରେ ସରିଥିଲା। ଦ୍ୱିତୀୟ ସିଟିଂରେ ଷ୍ଟେଟ୍ ଓପନ ସ୍କୁଲ ପରୀକ୍ଷା କରାଯାଇଥିଲା। ପରୀକ୍ଷାରେ କୃତକାର୍ଯ୍ୟ ହେଲେ ଛାତ୍ରଛାତ୍ରୀଙ୍କୁ ସିଧା ଯୁକ୍ତ ଦୁଇରେ ନାମ ଲେଖାଇବାକୁ ସୁଯୋଗ ମିଳିବ ବୋଲି ସୂଚନା ଦିଆଯାଇଥିଲା।

ad-week
Leave A Reply

Your email address will not be published.