ତ୍ରିରଙ୍ଗା ଶୋଭାଯାତ୍ରାକୁ ନେଇ ବିଜେବି କଲେଜର ଦୁଇ ଗୋଷ୍ଠୀ ମୁହାମୁହିଁ

add-all

ଭୁବନେଶ୍ୱର : ତ୍ରିରଙ୍ଗା ଶୋଭାଯାତ୍ରାକୁ ନେଇ ବିଜେବି କଲେଜର ଦୁଇ ଛାତ୍ର ଗୋଷ୍ଠୀ ମଧ୍ୟରେ ମୁହାମୁହିଁ । ତ୍ରିରଙ୍ଗା ନେଇ ଗୋଟିଏ ଗୋଷ୍ଠୀ ଛାତ୍ର କଲେଜ କ୍ୟାମ୍ପସ ଭିତରକୁ ଯିବା ବେଳେ ଅନ୍ୟ ଗୋଟିଏ ଗୋଷ୍ଠୀ କଲେଜ ସିକୁରିଟିକୁ କହି କଲେଜ ମୁଖ୍ୟ ଫାଟକରେ ତାଲା ପକାଇ ଦେଇଥିବା ଅଭିଯୋଗ ହୋଇଛି । ଗେଟ୍ ବାହାରେ ତ୍ରିରଙ୍ଗା ଧରି ଗୋଟିଏ ଗୋଷ୍ଠୀ ଧାରଣାରେ ବସିଥିବା ବେଳେ ଅନ୍ୟ ଗୋଟିଏ ଗୋଷ୍ଠୀ କଲେଜ କ୍ୟାମ୍ପସ ଭିତରେ ରହିଛନ୍ତି । ଘଟଣା ସ୍ଥଳରେ ଉତ୍ତେଜନା ପାଇଁ ପୋଲିସ ମୁତୟନ ରହିଛି ।

ସେପଟେ କଲେଜ ଅଧକ୍ଷ କହିଛନ୍ତି କଲେଜ ସମୟ ଭିତରେ ଛାତ୍ରଛାତ୍ରୀ ସେଲିବ୍ରେସନ ପାଇଁ ଆସିନାହାଁନ୍ତି। ତେଣୁ ଫାଟକ ବନ୍ଦ ରହିଛି। ସେପଟେ ଛାତ୍ର ଛାତ୍ରୀ କହିଛନ୍ତି ସବୁଦିନ କଲେଜ ଗେଟ ରାତି ୧୦ ପର୍ଯ୍ୟନ୍ତ ଖୋଲା ରହୁଛି। ପିଲାମାନଙ୍କ ଜନ୍ମଦିନ ସେଲିବ୍ରେସନ ହେଉଛି, କିନ୍ତୁ ଭାରତ ମାତାଙ୍କ ପାଇଁ ସେଲିବ୍ରେସନରେ ଗେଟ ବନ୍ଦ ରହୁଛି।

ad-week
Leave A Reply

Your email address will not be published.