ସହିଦ ଜୟୀ ରାଜଗୁରୁଙ୍କ ଜନ୍ମସ୍ଥାନରେ ଅର୍ଥମନ୍ତ୍ରୀ, ଅମୃତ କଳା ଯାତ୍ରାର କଲେ ଶୁଭାରମ୍ଭ

add-all

ପୁରୀ: ସ୍ୱାଧୀନତା ସଂଗ୍ରାମୀ ଜୟୀ ରାଜଗୁରୁଙ୍କ ଜନ୍ମମାଟି ପୁରୀ ବୀରହରେକୃଷ୍ଣପୁର ଗାଁରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ଏଠାରେ କେନ୍ଦ୍ର ମନ୍ତ୍ରୀଙ୍କୁ ସଂକୀର୍ତ୍ତନ ମଣ୍ଡଳୀ ଜରିଆରେ କରାଗଲା ସ୍ୱାଗତ। ସୀତାରମଣ ସହିଦ ଜୟୀ ରାଜଗୁରୁଙ୍କ ଜନ୍ମସ୍ଥାନ ପରିଦର୍ଶନ କରିବା ସହ ଅମୃତ କଳା ଯାତ୍ରାର ଶୁଭାରମ୍ଭ କରିଛନ୍ତି। ମୁଣ୍ଡରେ ଅମୃତ କଳସ ଧରି ସଂଗ୍ରହ କଲେ ପବିତ୍ର ମାଟି।

ସୀତାରମଣଙ୍କ ସହ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବିଜେପି ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ ପାତ୍ର ଏବଂ ଅନେକ ନେତା ମନ୍ତ୍ରୀ ଉପସ୍ଥିତ ଥିଲେ। ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଥିବା କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଆଜି ସକାଳୁ ସକାଳୁ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି। ସେଠାରୁ ବ୍ଲୁ ଫ୍ଲାଗ୍‌ ବିଚ୍‌ରେ ବାଲୁକା କଳା ବୁଲି ଦେଖିବା ପରେ ପେଣ୍ଠକଟାଠାରେ ସଦାଶିବ ସଂସ୍କୃତ ବିଶ୍ୱବିଦ୍ୟାଳୟ ପକ୍ଷରୁ ଆୟୋଜିତ ‘ମୋ ମାଟି ମୋ ଦେଶ’ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। କାର୍ଯ୍ୟକ୍ରମରେ ସାମିଲ ହୋଇ ବୃକ୍ଷରୋପଣ କରିଥିଲେ କେନ୍ଦ୍ରମନ୍ତ୍ରୀ।

ad-week
Leave A Reply

Your email address will not be published.