ସୁନ୍ଦରଗଡ଼ ଠାରେ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ

add-all

ସୁନ୍ଦରଗଡ଼, (୦୪/୦୯) : ଜିଲ୍ଲା ପ୍ରଶାସନ ଦ୍ବାରା ଆଜି ସ୍ଥାନୀୟ ସଦଭାବନା ଭବନ ଠାରେ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜିଲ୍ଲାପାଳ ଡ଼ା. ପରାଗ ଗଭାଲି ଏବଂ ଆରକ୍ଷୀ ଅଧୀକ୍ଷକ ଶ୍ରୀ ପ୍ରତ୍ୟୁଷ ଦିବାକର ଉପସ୍ଥିତ ରହି ଜନସାଧାରଣଙ୍କର ଆପତ୍ତି ଅଭିଯୋଗ ଆଦିର ଶୁଣାଣି କରିଥିଲେ। ଆଜି ମୋଟ ୧୯୩ ଗୋଟି ଅଭିଯୋଗ ଆସିଥିଲା । ସେଥିମଧ୍ୟରୁ ୧୪୯ ଗୋଟି ବ୍ୟକ୍ତିଗତ ଅଭିଯୋଗ ଆଦି ରହିଥିଲା। ସେହିଭଳି ୪୪ ଗୋଟି ଗୋଷ୍ଠି ଜନିତ ସାମୁହିକ ଅଭିଯୋଗ ସବୁ ରହିଥିଲା। ସେହିପରି ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ଆର୍ଥିକ ସହାୟତା ନିମନ୍ତେ ୨୯ ଗୋଟି ଆବେଦନ ରହିଥିଲା। ଏହି ଅଭିଯୋଗ ଗୁଡ଼ିକ ମଧ୍ୟରେ ମୁଖ୍ୟତଃ ସ୍ୱାସ୍ଥ୍ୟ, ମଧୁବାବୁ ପେନସନ, ଯୋଜନା, ରାସନ କାର୍ଡ, ଡ୍ରେନେଜ ସମସ୍ୟା, ବିଦ୍ୟାଳୟ, କଳାକାର ଭତ୍ତା ଆଦି ସବୁ ରହିଥିଲା । ଏହି ସବୁ ଅଭିଯୋଗ ଗୁଡ଼ିକ ମଧ୍ୟରେ ୭୧ ଗୋଟି ଅଭିଯୋଗ ଗୁଡ଼ିକର ତତ୍ କ୍ଷଣାତ ସମାଧାନ କରାଯାଇଥିଲା। ବାକି ରହିଥିବା ଅନ୍ୟାନ୍ୟ ଅଭିଯୋଗ ଗୁଡ଼ିକର ତ୍ୱରିତ ସମାଧାନ କରିବାକୁ ସଂପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ।
ଆଜିର ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ରେ ଅତିରିକ୍ତ ଜିଲ୍ଲାପାଳ ରବି ନାରାୟଣ ସାହୁ (ସାଧାରଣ) , ଅତିରିକ୍ତ ଜିଲ୍ଲାପାଳ ଅଭିମନ୍ୟୁ ବେହେରା (ରାଜସ୍ବ), ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ,ମନୋଜ ମହାଜନ, ସୁନ୍ଦରଗଡ଼ ବନଖଣ୍ଡ ଅଧିକାରୀ ପ୍ରଦୀପ ମିରାସେ, ସଦର ଉପଜିଲ୍ଲାପାଳ ଦାଶରଥି ସରାବୁ, ସୁନ୍ଦରଗଡ଼ ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ପ୍ରଶାସକ ରାମକୃଷ୍ଣ ଗଣ୍ଡ ତଥା ସମସ୍ତ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ।

ad-week
Leave A Reply

Your email address will not be published.