ନାବାଳିକା ଦୁଷ୍କର୍ମ ମାମଲାରେ ଅଭିଯୁକ୍ତକୁ ୩ବର୍ଷ ସଶ୍ରମ କାରାଦଣ୍ଡ ସହ ଏକ ହଜାର ଟଙ୍କା ଜୋରିମାନା

add-all

ଫୁଲବାଣୀ : କନ୍ଧମାଳ ଜିଲ୍ଲା ଫୁଲବାଣୀ ଫାଷ୍ଟ ଟ୍ରାକ କୋର୍ଟର ବିଚାରପତି ଅନୀତା ସାହୁ ଏକ ୧୭ ବର୍ଷିଆ ନାବାଳିକା ଦୁଷ୍କର୍ମ ଉଦ୍ୟମ ମାମଲାର ୧୦ ଜଣ ସାକ୍ଷୀ ,ଡାକ୍ତରୀ ରିପୋର୍ଟ ଆଧାରରେ ବିଚାର କରି ଧର୍ମେନ୍ଦ୍ର ପାତ୍ର ୨୭ବର୍ଷ ପିତା ରବି ପାତ୍ର , ଶ୍ରୀରାମପୁର, କୋଟଗଡ଼ କୁ ଦୋଷୀ ସାବ୍ୟସ୍ତ କରି ୩ବର୍ଷ ସଶ୍ରମ କାରାଦଣ୍ଡ ସହ ଏକ ହଜାର ଟଙ୍କା ଜୋରିମାନା ଆଦେଶ ଦେଇଛନ୍ତି। ଜୋରିମାନା ଅନାଦେୟ ଆଉ ଅଧିକ ତିନିମାସ କାରାଦଣ୍ଡ ଭୋଗିବାକୁ ପଡ଼ିବ ବୋଲି ତାଙ୍କ ରାୟରେ ଉଲ୍ଲେଖ କରିଛନ୍ତି। ସରକାରଙ୍କ ତରଫରୁ ପୋସ୍କୋ କୋର୍ଟ ର ସ୍ଵତନ୍ତ୍ର ପି.ପି. ବନମାଳୀ ବେହେରା ମାମଲା ପରିଚାଳନା‌ କରୁଥିଲେ।
ସୂଚନା ଅନୁସାରେ ପୀଡ଼ିତା ଭଉଣୀମାନଙ୍କ ସହ ରାତିରେ ଶୋଇଥିବା ବେଳେ ପ୍ରାୟ ରାତି ଦୁଇଟା ରେ ଅଭିଯୁକ୍ତ ଘରେ ପଶି ପୀଡ଼ିତାକୁ ଦୁଷ୍କର୍ମ ଉଦ୍ୟମ କଲାବେଳେ ପୀଡ଼ିତା ପାଟି କରିବାରୁ ଘରୁ ବାହାରି ଧାଇଁ ପଳେଇବା ବେଳେ ପୀଡିତା ପିତା ଏବଂ ଅନ୍ୟ ମାନଙ୍କ ହାତରେ ଧରାପଡ଼ିଥିଲା ଏବଂ ଏ ସ°କ୍ରାନ୍ତରେ କୋଟଗଡ଼ ଥାନାରେ ଲିଖିତ ଅଭିଯୋଗ କରାଯାଇଥିଲା । ଥାନାଧିକାରୀ ମାମଲାକୁ ଥାନା କେଶ୍ ନ°- ୩୮/ ୨୦୧୫ ରେ ରେଜିଷ୍ଟ୍ରି କରି ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟରେ ହାଜର କରାଇଥିଲେ। ଆଜି ସେହି ମାମଲାର ବିଚାରଣା କରି ଉପରୋକ୍ତ ରାୟ ଶୁଣାଇଛନ୍ତି l

ad-week
Leave A Reply

Your email address will not be published.