ଆଗାମୀ ୨ ଦିନ ପାଇଁ ବଜ୍ରପାତ ହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରି…

add-all

web

ଭୁବନେଶ୍ୱର: ସେପ୍ଟେମ୍ବର ୨୯ ପର୍ଯ୍ୟନ୍ତ ରାଜ୍ୟରେ କୌଣସି ବର୍ଷା ହେବାର ସତର୍କ ସୂଚନା ଜାରି କରାଯାଇ ନଥିବା ବେଳେ ସେପ୍ଟେମ୍ବର ୩୦ ତାରିଖ ସୁଦ୍ଧା ଉତ୍ତର ଆଣ୍ଡାମାନ ସାଗର ଏବଂ ବଙ୍ଗୋପସାଗରର ପୂର୍ବ ମଧ୍ୟଭାଗରେ ଲଘୁଚାପ ସୃଷ୍ଟି ହେବାର ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ। ଲଘୁଚାପ ସୃଷ୍ଟି ହେବା ଫଳରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ରାଜ୍ୟର କିଛି ଅଞ୍ଚଳରେ ଆଗାମୀ ୨ ଦିନ ପାଇଁ ବଜ୍ରପାତ ହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସେପ୍ଟେମ୍ବର ୨୯ରେ ଉତ୍ତର ଆଣ୍ଡାମାନ ସାଗର ଏବଂ ଆଖପାଖ ଅଞ୍ଚଳରେ ଏକ ସାଇକ୍ଲୋନ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଉତ୍ତର ଆଣ୍ଡାମାନ ସାଗର ତଥା ବଙ୍ଗୋପସାଗରର ପୂର୍ବ ମଧ୍ୟ ଉପକୂଳରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ଧୀରେ ଧୀରେ ତୀବ୍ର ହେବା ସହିତ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ଏହି ଘୂର୍ଣ୍ଣି ବଳୟ ଯୋଗୁଁ ଓଡ଼ିଶାରେ ସେପ୍ଟେମ୍ବର ୨୯ ରୁ ଅକ୍ଟୋବର ୫ ତାରିଥ ମଧ୍ୟରେ ପ୍ରବଳ ବର୍ଷା ହେବା ସହ ବଜ୍ରପାତ ହେବାର ଆଶଙ୍କା ରହିଛି। ଅନ୍ୟପଟେ ପାଣିପାଗ ବିଶେଷଜ୍ଞ ଉମାଶଙ୍କର ଦାସଙ୍କ ସୂଚନା ଅନୁସାରେ ରାଜ୍ୟରେ ସୋମବାରଠାରୁ ଦୁଇଦିନ ପର୍ଯ୍ୟନ୍ତ କମ ବର୍ଷା ରହିଛି। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼, କନ୍ଧମାଳ, ଅନୁଗୁଳ, ଢେଙ୍କାନାଳ, କେନନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ, ଝାରସୁଗୁଡାରେ ବଜ୍ରପାତ ସହ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଉତ୍ତର ଓଡିଶାର ଅନେକ ସ୍ଥାନରେ ଏବଂ ଦକ୍ଷିଣ ଅଞ୍ଚଳର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା / ବଜ୍ରପାତ ହେବାର ସମ୍ଭାବନା ରହିଛି।

ad-week
Leave A Reply

Your email address will not be published.