ସୁନ୍ଦରଗଡ଼ରେ ସ୍କ୍ରବ୍ ଟାଇଫସର ସ୍ଥିତି ଅନୁଧ୍ୟାନ ପାଇଁ ପହଞ୍ଚିଲେ ୬ ଜଣିଆ କେନ୍ଦ୍ରୀୟ ଟିମ୍…

newyr25

aaaaa-732x430

ସୁନ୍ଦରଗଡ଼:, ସୁନ୍ଦରଗଡ଼ରେ ସ୍କ୍ରବ୍ ଟାଇଫସର ସ୍ଥିତି ଅନୁଧ୍ୟାନ ପାଇଁ ୬ ଜଣିଆ କେନ୍ଦ୍ରୀୟ ଟିମ୍ ପହଞ୍ଚିଛନ୍ତି।। ତାଙ୍କ ସହ ରାଜ୍ଯର ୨ ଜଣ ସଦସ୍ଯ ରହିଛନ୍ତି। ଟିମ୍ ପ୍ରଥମେ ଜିଲ୍ଲା ମୁଖ୍ଯ ଚିକିତ୍ସାଧିକାରୀଙ୍କ ସମ୍ମିଳନୀ କକ୍ଷରେ ଆୟୋଜିତ ସମୀକ୍ଷା ବୈଠକରେ ଯୋଗ ଦେଇ ସିଡିଏମଓ ଡ. ଧରଣୀରଞ୍ଜନ ଶତପଥୀଙ୍କ ସହ ସ୍କ୍ରବ୍ ଟାଇଫସ ଉପରେ ସମୀକ୍ଷା କରିଛନ୍ତି। ଟିମରେ଼ ଡକ୍ଟର ସମୀର ଗୁଲାଟି, ପ୍ରଫେସର, ମେଡିସିନ, ଏଲଏଚଏମସି ଏବଂ ଏସଏସକେଏଚ୍, ନୂଆଦିଲ୍ଲୀ, ଡକ୍ଟର ତୁଷାର ନାଲେ, ଡେପୁଟି ଡାରେକ୍ଟର (ପବ୍ଲିକ ହେଲଥ୍ ସ୍ପେଶାଲିଷ୍ଟ), ସେଣ୍ଟର ଫର୍ ଓ୍ୱାନ୍ ହେଲଥ୍, ନ୍ୟାସନାଲ ସେଣ୍ଟର ଫର୍ ଡିଜିଜ୍ କଣ୍ଟ୍ରୋଲ, ଦିଲ୍ଲୀ, ଡାକ୍ତର ଧରା ବି ଶାହ, ଆସିଷ୍ଟାଣ୍ଟ ଡାରେକ୍ଟର (ମାଇକ୍ରୋବାୟୋଲୋଜି), ଆଇଡିଏସପି, ନ୍ୟାସନାଲ ସେଣ୍ଟର ଫର୍ କଣ୍ଟ୍ରୋଲ, ଦିଲ୍ଲୀ, ଡକ୍ଟର ଆରୁଷି ଘାଇ, ଇଆଇଏସ ଅଫିସର, ଆଇଡିଏସପି, ନ୍ୟାସନାଲ ସେଣ୍ଟର ଫର୍ ଡିଜିଜ୍ କଣ୍ଟ୍ରୋଲ, ଦିଲ୍ଲୀ ରହିଛନ୍ତି। ସମୀକ୍ଷା ପରେ ଟିମ୍ ହସ୍ପିଟାଲ ଓ କ୍ଷେତ୍ର ପରିଦର୍ଶନରେ ଯିବାର ସୂଚନା ରହିଛି।

Leave A Reply

Your email address will not be published.