ଏମକେଏସପି ପକ୍ଷରୁ ଦୁଇ ଦିନିଆ ଭଲିବଲ୍‌ ଟୁର୍ଣ୍ଣାମେଣ୍ଟ ଉଦ୍ଘାଟିତ…

add-all

ଫୁଲବାଣୀ : କନ୍ଧମାଳ ଜିଲ୍ଲା ଫୁଲବାଣୀର ଅନ୍ୟତମ ପୁରାତନ ଅନୁଷ୍ଠାନ ମୋହନଦାସ କରମଚାନ୍ଦ ସାଂସ୍କୃତିକ ପରିଷଦରେ ପବିତ୍ର ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀଜୀଙ୍କ ଜୟନ୍ତୀ ଏବଂ ବାର୍ଷିକ ଉତ୍ସବ ପାଳନ ଅବସରରେ ଦୁଇଦିନ ବ୍ୟାପୀ ଭଲିବଲ୍‌ ଟୁର୍ଣ୍ଣାମେଣ୍ଟ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଲଳିତ କୁମାର ପଟ୍ଟନାୟକଙ୍କ ଦ୍ୱାରା ଉଦ୍‌ଘାଟିତ ହୋଇଥିଲା। ଅନୁଷ୍ଠାନର ସଭାପତି ବିଜୟକୃଷ୍ଣ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍‌ଘାଟନ ଉତ୍ସବରେ ସଂପାଦକ ଶରତ ଚନ୍ଦ୍ର ସାହୁ ପ୍ରାରମ୍ଭିକ ସୂଚନା ପ୍ରଦାନ କରିଥିଲେ। ଉପସ୍ଥିତ ଖେଳାଳିଙ୍କୁ ଉତ୍ସାହିତ କରି ମୁଖ୍ୟ ଅତିଥି ଶ୍ରୀ ପଟ୍ଟନାୟକ ସମସ୍ତଙ୍କ ମଧ୍ୟରେ ସୁସଂପର୍କ ସ୍ଥାପନରେ କ୍ରୀଡାର ଗୁରୁତ୍ତ୍ବପୂର୍ଣ୍ଣ ଭୂମିକା ରହିଛି ବୋଲି ମତ ପ୍ରକାଶ କରିଥିଲେ।ଏହି ଟୁର୍ଣ୍ଣାମେଣ୍ଟରେ ଆଠଟି ଦଳ ଭାଗ ନେଇଛନ୍ତି।

ad-week
Leave A Reply

Your email address will not be published.