ମିଡିଆକିଆରେ କ୍ଲଷ୍ଟରସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଆୟୋଜିତ…

add-all

ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ଅନ୍ତର୍ଗତ ମିଡିଆକିଆ ସ୍ଥିତ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ଠାରେ ଆଞ୍ଚଳିକ ସାଧନ କେନ୍ଦ୍ର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି-୨୦୨୩ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ପ୍ରଶାନ୍ତ କୁମାର ମହାପାତ୍ରଙ୍କ ତତ୍ବାବଧାନରେ ଅନୁଷ୍ଠିତ ହୋଇଯାଇଛି। ଉଦଘାଟନ ଉତ୍ସବରେ ଵିଦ୍ୟାଳୟ ପ୍ରଧାନ ଶିକ୍ଷୟତ୍ରୀ ବିଜୟ ଲଷ୍ମୀ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ମୁଖ୍ୟ ବକ୍ତା ଭାବେ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ବଂଶୀଧର ସାହୁ ପ୍ରମୁଖ ଉପସ୍ଥିତ ରହି ଦୀପ ପ୍ରଜ୍ଜଳନ କରି ଆନୁଷ୍ଠାନିକ ଭାବେ ଉଦଘାଟନ କରିବା ପରେ ବିଦ୍ୟାଳୟର ଛାତ୍ରଛାତ୍ରୀ ଙ୍କ ଦ୍ୱାରା ସ୍ୱାଗତ ସଙ୍ଗୀତ ପରିଵେଷଣ ହୋଇଥିଲା।ଏଥିରେ ୯ ଟି ଵିଭିନ୍ନ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀଙ୍କ ସହିତ ଛାତ୍ରଛାତ୍ରୀ ମାନେ ଉପସ୍ଥିତ ରହି ବିଭିନ୍ନ ବିଭାଗ ସ୍ତରୀୟ ପ୍ରବନ୍ଧ, ଚିତ୍ରାଙ୍କନ, ବକୃତା, କୁଟପ୍ରଶ୍ନ, ନୃତ୍ୟ ସଙ୍ଗୀତ ଓ ମିଲେଟ ମିଶନ ଭଳି ବିଭିନ୍ନ ପ୍ରତିଯୋଗିତା ମାନ ଆୟୋଜନ କରାଯାଇ କୃତି ପ୍ରତିଯୋଗୀ ମାନଙ୍କୁ ଅତିଥି ମାନଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା l ଏଥିରେ ସିଆରସିସି ପ୍ରଶାନ୍ତ କୁମାର ମହାପାତ୍ର ମଞ୍ଚ ପରିଚାଳନା କରିଥିବା ବେଳେ ଜଗଦିଶ ଚନ୍ଦ୍ର ବେହେରା, ଯୋଗେନ୍ଦ୍ର ଜେନା, ସନ୍ତୋଷ କୁମାର ଦାସ, ଅସିତ କୁମାର ସାହୁ, ଗୌରୀ ଶଙ୍କର ପାଢ଼ୀଙ୍କ ସମେତ ସମସ୍ତ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀ ମାନେ ଉପସ୍ଥିତ ରହି ପରିଚାଳନାରେ ସହଯୋଗ କରିଥିଲେ। ଶେଷରେ ଶ୍ରୀ ମହାପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ l

ad-week
Leave A Reply

Your email address will not be published.