ପୋଲିସ ପକ୍ଷରୁ ସାଇବର ସୁରକ୍ଷା ଅଭିଯାନ…

add-all

ମାଲକାନଗିରି : ମାଲକାନଗିରି ଜିଲ୍ଲା ପୋଲିସ କାର୍ଯ୍ୟାଳୟରେ ଆଜି ପୋଲିସ ପକ୍ଷରୁ ସାଇବର ସୁରକ୍ଷା ଅଭିଯାନର ଅଂଶ ସ୍ୱରୂପ ୱାକାଥନ ଓ ମୋଟର ସାଇକେଲ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି । ପ୍ରଥମେ ୱାକାଥନ ଜିଲ୍ଲା ଆରକ୍ଷୀ କାର୍ଯ୍ୟାଳଠାରୁ ବାହାରି ଡ.ଏନ.କେ ଛକ, ପୁରୁଣା ମେଡିକାଲ ଛକ, ମାଲକାନଗିରି ମହାବିଦ୍ୟାଳୟ ଦେଇ ଜିଲ୍ଲା ପୋଲିସ କାର୍ଯ୍ୟାଳୟଠାରେ ପହଞ୍ଚୀଥିଲା । ଏହାପରେ ମୋଟର ସାଇକେଲ ଶୋଭାଯାତ୍ରା ବାହାରି ସହର ପରିକ୍ରମା କରି ଲୋକଙ୍କୁ ସାଇବର ଅପରାଧ ବିଷୟରେ ସଚେତନତା ସୃଷ୍ଟି କରିଥିଲା । ଏ ଅବସରରେ ଅତିରିକ୍ତ ଜିଲ୍ଲାପାଳ ଦେବବର ପ୍ରଧାନ, ଅନ୍ୟତମ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ତ୍ରିନାଥ ମାଝି, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡ଼ଃ ପ୍ରଫୁଲ୍ଲ କୁମାର ନନ୍ଦ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ତପନ ନାରାୟଣ ରଥ, ତହସିଲଦାର ସବିର ସାହା ଯୋଗ ଦେଇ କୃତ୍ତି ପ୍ରତିଯୋଗୀଙ୍କୁ ପୁରସ୍କାର ବଣ୍ଟନ କରିଥିଲେ । ଆଜିର ଏହି ସାଇବର ସୁରକ୍ଷା ଅଭିଯାନରେ ବହୁ ସଂଖ୍ୟାରେ ବିଦ୍ୟାଳୟ, ମହା ବିଦ୍ୟାଳୟର ଛାତ୍ରଛାତ୍ରୀ, ପୋଲିସ କର୍ମଚାରୀ ଓ ବିଭିନ୍ନ ବର୍ଗର ଲୋକ ଅଂଶ ଗ୍ରହଣ କରିଥିଲେ ।

ad-week
Leave A Reply

Your email address will not be published.