୨୫ରୁ ଉପକୂଳ ଓଡ଼ିଶାରେ ବଢ଼ିବ ବର୍ଷାର ପରିମାଣ…

youtube

heavy rain

ଭୁବନେଶ୍ୱର: ଗତକାଲି (ବୁଧବାର) ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆଜି (ଅକ୍ଟୋବର ୧୯, ୨୦୨୩, ଗୁରୁବାର) ସକାଳ ୮ଟା ୩୦ ସୁଦ୍ଧା ସେହି ଅଞ୍ଚଳରେ ସମୁଦ୍ର ମଧ୍ୟସ୍ଥ ବାୟୁମଣ୍ଡଳର ତଳଭାଗରେ ସକ୍ରିୟ ରହିଛି। ତେବେ, ଏହା କ୍ରମଶଃ ଉତ୍ତର-ପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ରହିଛି।
ଏହାର ପ୍ରଭାବରେ ଅକ୍ଟୋବର ୨୧ ତାରିଖ ସକାଳ ସୁଦ୍ଧା ବଙ୍ଗୋପସାଗରର କେନ୍ଦ୍ରୀୟ ଅଂଶରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ପରବର୍ତୀ ସମୟରେ ଏହା ଆହୁରି ଘନୀଭୂତ ହୋଇ ଅକ୍ଟୋବର ୨୩ ତାରିଖ ବେଳକୁ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଅବପାର ରୂପ ନେବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିିପାଗ ବିଭାଗ ପକ୍ଷରୁ ଆଜି ଅପରାହ୍ନରେ ଜାରି ଏକ ବୁଲେଟିନ୍‌ରେ କୁହାଯାଇିଛି ।
ଅନ୍ୟପକ୍ଷରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କିଛି ଜିଲ୍ଲାରେ ପଶ୍ଚିମା-ଝଡ଼ ପ୍ରଭାବରେ ବର୍ଷା ସମ୍ଭାବନା ଥିବାବେଳେ ୨୦ରୁ ୨୩ ତାରିଖ ଯାଏଁ ପାଗ ମୁଖ୍ୟତଃ ଶୁଖିଲା ରହିବା ସମ୍ଭାବନା ରହିଛି। ଅକ୍ଟୋବର ୨୪ ତାରିଖରେ ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ ଏବଂ ୨୫ ତାରଖରୁ ଉପକୂଳ ଓଡ଼ିଶାରେ ବର୍ଷାର ପରିମାଣ ବଢିବ ବୋଲି ଭାରତୀୟ ପାଣିିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେକନ୍ଦ୍‌ ପକ୍ଷରୁ କୁହାଯାଇଛି।

Leave A Reply

Your email address will not be published.