ମହାପ୍ରଭୁଙ୍କୁ ଦର୍ଶନ କଲେ ୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ଭି.କେ ପାଣ୍ଡିଆନ

add-all

8b624a65-5c46-4279-a657-d88617f696d0-750x430

ପୁରୀ: ୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ଭାବେ ନୂଆ ଦାୟିତ୍ଵ ଗ୍ରହଣ ପରେ ଭି.କେ ପାଣ୍ଡିଆନ ଆଜି ଭୋର ସମୟରେ ପୁରୀ ଗସ୍ତରେ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ଏହି ସମୟରେ ସେ ମହାପ୍ରଭୁଙ୍କୁ ଦର୍ଶନ କରିବା ସହ ବିମଳା ମନ୍ଦିର, ଲକ୍ଷ୍ମୀ ମନ୍ଦିର ଓ ପାର୍ଶ୍ବ ଦେବାଦେବୀଙ୍କୁ ମଧ୍ୟ ଦର୍ଶନ କରିଛନ୍ତି।
ଏହାପରେ ୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ଭି.କେ ପାଣ୍ଡିଆନ ଭୋର୍ ୪ଟା ରୁ ୬ଟା ପର୍ଯ୍ୟନ୍ତ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାମର ସମୀକ୍ଷା ବି କରିଛନ୍ତି। ଏହା ତାଙ୍କର ପ୍ରଥମ ସମୀକ୍ଷା କାର୍ଯ୍ୟକ୍ରମ। ଡିସେମ୍ବର ୧୫ ସୁଦ୍ଧା କାମ ସମ୍ପୂର୍ଣ୍ଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ଶ୍ରୀ ପାଣ୍ଡିଆନ୍। ଏହା ନୂଆବର୍ଷରେ ଭକ୍ତଙ୍କ ପାଇଁ ନୂଆ ଅନୁଭୂତି ହେବ ବୋଲି lସେ କହିଛନ୍ତି। ଏହା ସହ ଶ୍ରୀକ୍ଷେତ୍ରରେ ଥିବା ବିଭିନ୍ନ ମଠ ଗୁଡ଼ିକର ପୁନରୁଦ୍ଧାର କାମ ତ୍ୱରାନ୍ୱିତ କରିବା ପାଇଁ ସେ ନିର୍ଦ୍ଦେଶ ଦେଇଛନ୍ତି। ସେ ଶ୍ରୀମନ୍ଦିର ଚାରି ଦ୍ୱାର କାମ ମଧ୍ୟ ବୁଲି ଦେଖିଥିଲେ। ସ୍ଥାନୀୟ ଲୋକଙ୍କ ସୁବିଧା ପାଇଁ ଦୁଇ ଚକିଆ ଗାଡିର ପାର୍କିଂ ପାଇଁ ପର୍ଯ୍ୟାପ୍ତ ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ପରିକ୍ରମା ପ୍ରକଳ୍ପର ବିଦ୍ୟୁତ୍ ବ୍ୟବସ୍ଥା କାମ ନିର୍ଦ୍ଧାରିତ ସମୟରେ ଶେଷ କରିବା ଉପରେ ସେ ଗୁରୁତ୍ୱାରୋପ କରିଛନ୍ତି। ଜଗନ୍ନାଥ ବଲ୍ଳଭ ପାର୍କିଂ କାମ ସହ ଯାତ୍ରୀମାନଙ୍କ ପାଇଁ ସେଠାରେ କରାଯାଉଥିବା ବିଭିନ୍ନ ସୁବିଧାର ବିକାଶ, ପ୍ରମୋଦ ଉଦ୍ୟାନ ଓ ଶ୍ରୀ ସେତୁ କାମର ଅଗ୍ରଗତି ଶ୍ରୀ ପାଣ୍ଡିଆନ୍ ସମୀକ୍ଷା କରିଥିଲେ ଓ ନିର୍ଦ୍ଧାରିତ ସମୟରେ କାମ ଶେଷ କରିବାକୁ ନିର୍ଦେଶ ଦେଇଥିଲେ। ଏଥିପାଇଁ ଅଧିକ ଲୋକ ନିୟୋଜିତ କରିବା ପାଇଁ ୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ପରାମର୍ଶ ଦେଇଥିଲେ। ତାଙ୍କର ଏହି ଗସ୍ତ ସମୟରେ ପୁରୀ ଜିଲ୍ଲାପାଳ ଓ ଏସପିଙ୍କ ସମେତ କେତେକ ବରିଷ୍ଠ ଅଧିକାରୀ ମଧ୍ୟ ଉପସ୍ଥିତ ଥିବା ସୂଚନା ରହିଛି।

ad-week
Leave A Reply

Your email address will not be published.