ବାଲିଶଙ୍କରା ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ…

add-all

ସୁନ୍ଦରଗଡ଼, ୩୦/୧୦ : ଆଜି ବାଲିଶଙ୍କରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ପ୍ରତ୍ୟୁଷ ଦିବାକର ଏବଂ ଅତିରିକ୍ତ ଜିଲ୍ଲାପାଳ ରବି ନାରାୟଣ ସାହୁ ଯୋଗ ଦେଇ ଅଭିଯୋଗ ଗୁଡ଼ିକର ଶୁଣାଣି କରିଥିଲେ।
ଆଜିର ଏହି ଜନ ଅଭିଯୋଗ ଶୁଣାଣି ରେ ମୋଟ୍ ୧୨୦ ଟି ଅଭିଯୋଗ ଶୁଣାଣୀ ଆସିଥିବାବେଳେ ସେଥି ମଧ୍ୟରୁ ୮୪ ଟି ବ୍ୟକ୍ତିଗତ ସମସ୍ୟା ଜନିତ ଅଭିଯୋଗ ରହିଥିବାବେଳେ ୩୬ଟି ଗୋଷ୍ଠିଗତ ସାମୁହିକ ଅଭିଯୋଗ ଗୁଡ଼ିକ ରହିଥିଲା । ଏହି ଅଭିଯୋଗ ଗୁଡ଼ିକ ମଧ୍ୟରେ ୫୨ଟି ଅଭିଯୋଗ ର ତତ୍ କ୍ଷଣାତ ସମାଧାନ କରାଯାଇଥିଲା। ଏହି ସବୁ ଅଭିଯୋଗ ଗୁଡ଼ିକ ମଧ୍ୟରେ ମୁଖ୍ୟତଃ ସ୍ୱାସ୍ଥ୍ୟ ସମସ୍ୟା, ଭତ୍ତା, ରାସନ୍ କାର୍ଡ, ରାସ୍ତା ଘାଟ ମରାମତି, ପାନୀୟ ଜଳ ସମସ୍ୟା ଆଦି ରହିଥିଲା। ଏହି ଅଭିଯୋଗ ଗୁଡ଼ିକ ମଧ୍ୟରୁ ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ଆର୍ଥିକ ସହାୟତା ନିମନ୍ତେ ଏବଂ ରେଡକ୍ରସ ରୁ ଆର୍ଥିକ ସହାୟତା ନିମନ୍ତେ ଜଣେ ଲେଖାଏଁ ଆବେଦନ କରିଥିଲେ।
ଏହି ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ରେ ଜିଲ୍ଲା ପରିଷଦ ର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ମନୋଜ ମହାଜନ, ସଦର ଉପଜିଲ୍ଲାପାଳ ଦାଶରଥି ସରାବୁ, ବାଲିଶଙ୍କରା ବ୍ଲକ ଅଧ୍ୟକ୍ଷା, ବାଲିଶଙ୍କରା ଗୋଷ୍ଠି ଉନ୍ନୟନ ଅଧିକାରୀ ତଥା ସମସ୍ତ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ।

ad-week
Leave A Reply

Your email address will not be published.