ରାଜ୍ୟ ସ୍ତରୀୟ ଶିଶୁ କ୍ରୀଡା ପ୍ରତିଯୋଗିତା ‘ଉତ୍ସାହ-୨୦୨୩’ ଉଦଯାପିତ

add-all

IMG-20231110-WA0362-750x430

ଭୁବନେଶ୍ବର : ମହିଳା ଶିଶୁ ବିକାଶ ବିଭାଗ ଅଧିନସ୍ଥ ଓଡ଼ିଶା ରାଜ୍ୟ ଶିଶୁ ସୁରକ୍ଷା ସମିତି ପକ୍ଷରୁ ରାଜ୍ୟ ସ୍ତରୀୟ କ୍ରୀଡା ପ୍ରତିଯୋଗିତା ଉତ୍ସବ, ‘ଉତ୍ସାହ’ ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମରେ ଆୟୋଜିତ ହୋଇଯାଇଛି । ସାରା ରାଜ୍ୟର ପ୍ରାୟ ୨୨୮ ଅନୁଷ୍ଠାନର ୫୭୯ ଶିଶୁ ଏହି ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିଲେ । ଏମାନଙ୍କ ମଧ୍ୟରୁ ୨୪ଜଣ ପିଲାଙ୍କୁ ବିଜେତା ଘୋଷିତ କରାଯାଇଥିଲା । ୩୦ ଟି ଜିଲ୍ଲା ମଧ୍ୟରୁ କନ୍ଧମାଳ ଜିଲ୍ଲା ଚମ୍ପିୟାନ ଟ୍ରଫି ପାଇଥିବାବେଳେ କେନ୍ଦୁଝର ଜିଲ୍ଲା ରନର୍ସ ଅପ୍ ହୋଇଥିଲା ।

ତିନି ଦିନ ଧରି ଆୟୋଜିତ ହୋଇଥିବା ଏହି ପ୍ରତିଯୋଗିତାର ଉଦଯାପନୀ ଦିବସରେ କମିଶନର ତଥା ଶାସନ ସଚିବଶୁଭା ଶର୍ମା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏଥିରେ ଭାଗ ନେଇଥିବା ଶିଶୁମାନଙ୍କୁ ଅଭିନନ୍ଦନ ଜଣାଇବା ସହ ସେମାନେ ଭବିଷ୍ୟତରେ ରାଜ୍ୟ ପାଇଁ ଅଧିକ ସୁନାମ ଓ ଗୌରବ ଅର୍ଜନ କରିବା ପାଇଁ କହିଥିଲେ। ତାବକ ସହ ଏହି କାର୍ଯ୍ୟକ୍ରମରେ ଅଲମ୍ପିୟାନ ଭାରୋତ୍ତୋଳୟନକାରୀ କେ. ରବିକୁମାର ଏବଂ ଜାତିସଂଘ ଜନସଂଖ୍ୟା ପାଣ୍ଠିର ରାଜ୍ୟ ମୁଖ୍ୟ ମିଷ୍ଟର ମହମ୍ମଦ ନଦିମ ନୂର ଯୋଗଦେଇ ଶିଶୁମାନଙ୍କୁ ଉତ୍ସାହିତ କରିଥିଲେ ।

ଏହି କାର୍ଯ୍ୟକ୍ରମରେ ମହିଳା ଶିଶୁ ବିକାଶ ବିଭାଗର ଅତିରିକ୍ତ ସଚିବ ରେଗା ଗୀତାରାଣୀ ପଟ୍ଟନାୟକ ସ୍ୱାଗତ ଅଭିଭାଷଣ ଦେଇଥିବାବେଳେ ପ୍ରୀତିକାନ୍ତ ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ ।

ad-week
Leave A Reply

Your email address will not be published.