ନଭେମ୍ବର ୨୧ରେ ଓଡ଼ିଶା ବିଧାନସଭାର ଉପବାଚସ୍ପତି ନିର୍ବାଚନ…

add-all

assembly

ଭୁବନେଶ୍ବର: ନଭେମ୍ବର ୨୧ ତାରିଖରେ ହେବ ଓଡ଼ିଶା ବିଧାନସଭାର ଉପବାଚସ୍ପତି ନିର୍ବାଚନ। ୨୧ ତାରିଖ ସକାଳ ୯ଟା ୩୦ରେ ଉପବାଚସ୍ପତି ନିର୍ବାଚନ ହେବାନେଇ ସମସ୍ତ ସଦସ୍ୟଙ୍କୁ ଚିଠି ଜରିଆରେ ସୂଚୀତ କରିଛନ୍ତି ବିଧାନସଭା ସଚିବ। ରଜନୀକାନ୍ତ ସିଂହଙ୍କ ଇସ୍ତଫା ପରେ ଖାଲି ପଡ଼ିଛି ଏହି ପଦ।
ସୂଚନାଯୋଗ୍ୟ, ବିଧାନସଭାର ଉପବାଚସ୍ପତି ରଜନୀକାନ୍ତ ସିଂହ କିଛି ଦିନ ତଳେ ତାଙ୍କ ପଦରୁ ଇସ୍ତଫା ଦେଇଥିଲେ। ସେ ବାଚସ୍ପତିଙ୍କୁ ଭେଟି ନିଜ ଇସ୍ତଫାପତ୍ର ଦେଇଥିଲେ।ସେ କହିଥିଲେ ଯେ ଉପବାଚସ୍ପତି ଏକ ସାମ୍ବିଧାନିକ ପଦ। ତେଣୁ ସାମ୍ବିଧାନିକ ପଦବୀରେ ଥିବାରୁ ଦଳୀୟ ସଂଗଠନ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିପାରୁନଥିଲି। ଆଖି ଆଗରେ ନିର୍ବାଚନ ଅଛି। ତେଣୁ ଦଳୀୟ ସଂଗଠନ ସହ ଦଳୀୟ କାର୍ଯ୍ୟ ପାଇଁ ଇସ୍ତଫା ଦେଇଛି। ୨୦୦୪ ମସିହାରୁ ଶ୍ରୀ ସିଂହ କ୍ରମାଗତ ଭାବେ ଅନୁଗୁଳ ବିଧାନସଭା ଆସନରୁ ଜିତି ଆସୁଛନ୍ତି। ୨୦୧୯ ଜୁନ୍ ମାସରୁ ସେ ଉପବାଚସ୍ପତି ଭାବେ କାର୍ଯ୍ୟ କରୁଥିଲେ।

ad-week
Leave A Reply

Your email address will not be published.