ବିଶ୍ୱକପ୍‌ ଫାଇନାଲ୍‌ ମ୍ୟାଚ୍‌ ପୂର୍ବରୁ ବାୟୁସେନା କରିବ ଏୟାର ଶୋ’…

add-all

air-1

କ୍ରିକେଟ୍ ବିଶ୍ୱକପ୍ ପାଇଁ ରବିବାର ମହାମୁକାବିଲା। ଏହି ସମୟରେ ପ୍ରଦର୍ଶିତ ହେବ ଭାରତୀୟ ବାୟୁସେନାର ସୂର୍ଯ୍ୟକିରଣ ଏୟାର ଶୋ’। ରବିବାର ଖେଳାଯିବାକୁ ଥିବା ଫାଇନାଲ ମ୍ୟାଚ୍ ପାଇଁ ଜୋରଦାର ପ୍ରସ୍ତୁତି ଆରମ୍ଭ ହୋଇଛି। ବାୟୁସେନାର ସୂର୍ଯ୍ୟକିରଣ ଏରୋବେଟିକ୍ ଦଳ ଏୟାର ଶୋ’ କରିବେ।

ଅହମ୍ମଦାବାଦସ୍ଥିତ ନରେନ୍ଦ୍ର ମୋଦି ଷ୍ଟାଡିୟମ୍‌ରେ ଫାଇନାଲ ମ୍ୟାଚ୍ ଖେଳାଯିବା ପୂର୍ବରୁ ମୋଟେରାରେ ଏହି ଦଳ ୧୦ ମିନିଟ୍ ଧରି ଏୟାର ଶୋ’ ପ୍ରଦର୍ଶନ କରି ଦର୍ଶକଙ୍କ ମନୋରଞ୍ଜନ କରିବେ। ଏଥିପାଇଁ ଆଜି ଏବଂ ଆସନ୍ତାକାଲି ଦୁଇ ଦିନ ଅଭ୍ୟାସ କରାଯିବ। ସୂର୍ଯ୍ୟକିରଣ ଏରୋବେଟିକ୍ ଦଳ ୯ଟି ଏୟାରକ୍ରାଫ୍ଟ ସହ ଦେଶର ବିଭିନ୍ନ ସ୍ଥାନରେ ପ୍ରଦର୍ଶନ କରିଛନ୍ତି।

ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ନଭେମ୍ବର ୧୯ରେ କ୍ରିକେଟ୍‌ ବିଶ୍ୱକପ୍‌ ୨୦୨୩ର ଫାଇନାଲ୍‌ ମ୍ୟାଚ୍‌ ଖେଳାଯିବ। ଭାରତ ସେମିଫାଇନାଲ୍‌ରେ ନ୍ୟୁଜିଲାଣ୍ଡକୁ ପରାସ୍ତ କରି ଫାଇନାଲ୍‌ରେ ପ୍ରବେଶ କରିଛି। ସେପଟେ ଗୁରୁବାର ଖେଳାଯାଇଥିବା ଦ୍ୱିତୀୟ ସେମିଫାଇନାଲ୍‌ରେ ଦକ୍ଷିଣ ଆଫ୍ରିକା ଟିମ୍‌କୁ ପରାସ୍ତ କରି ଅଷ୍ଟ୍ରେଲିଆ ଫାଇନାଲ୍‌ରେ ପହଞ୍ଚିଛି।

ମିଡିଆ ରିପୋର୍ଟ ମୁତାବକ, ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ଫାଇନାଲ୍‌ ମ୍ୟାଚ୍‌ ଦେଖିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଷ୍ଟାଡିୟମ୍‌ରେ ଉପସ୍ଥିତ ରହି ଭାରତୀୟ ଟିମ୍‌ର ମନୋବଳ ବଢ଼ାଇବେ। ଏହା ବ୍ୟତୀତ ବିଶ୍ୱକପ୍‌ ଫାଇନାଲ ଦିନ ଏକ ଭବ୍ୟ ଉଦ୍‌ଯାପନୀ ଉତ୍ସବର ଆୟୋଜନ କରାଯିବ। ଖବର ଅନୁସାରେ, ଏହି ସମାରୋହରେ ଅନେକ ବଲିଉଡ୍‌ ଷ୍ଟାର୍‌ ନିଜର ଜଲଓ୍ଵା ଦେଖାଇବେ।

ad-week
Leave A Reply

Your email address will not be published.