ସଂସ୍କୃତ ବିଶ୍ୱବିଦ୍ୟାଳୟର ଶ୍ରୀ ସଦାଶିବ କ୍ୟାମ୍ପସରେ ତିନିଦିନିଆ ‘ଆନ୍ତର୍ଜାତିକ ଲକ୍ଷ୍ମୀ ପୁରାଣ’ ଆଲୋଚନାଚକ୍ର…

add-all

F_LvmskaAAAQfGo-e1700314182238-1024x560

ପୁରୀ: ସାମାଜିକ ସମରସତା, ସ୍ୱଚ୍ଛତା, ମହିଳା ସଶକ୍ତୀକରଣ ଏବଂ ଅଧିକାରବାଦ ଲକ୍ଷ୍ମୀ ପୂରାଣର ମୂଳ ଚରିତ୍ର। ସାମ୍ପ୍ରତିକ ସମୟରେ ଏହାକୁ ମନେପକାଇ ଓଡ଼ିଆ ଭାଷା ଓ ସଂସ୍କୃତ ଭାଷା ଆଧାରରେ ପୃଥିବୀର ଜ୍ଞାନକୁ ପ୍ରାସଙ୍ଗିକ କରି ଏହି ପ୍ରକାର ସାହିତ୍ୟକୁ ଲୋକଭାଷାରେ ପରିଣତ କରିବା । ତେବେ ଯାଇ ଏହା ଆମ ସମାଜର ସଂସ୍କୃତ ଭାଷାକୁ ଆଗକୁ ନେଇଥିବା ମହାପୁରୁଷଙ୍କ ପ୍ରତି ସଠିକ୍ ଶ୍ରଦ୍ଧାଞ୍ଜଳି ହେବ। କେନ୍ଦ୍ର ସଂସ୍କୃତ ବିଶ୍ୱବିଦ୍ୟାଳୟ ପୁରୀ ସ୍ଥିତ ଶ୍ରୀ ସଦାଶିବ କ୍ୟାମ୍ପସରେ ତିନିଦିନିଆ ‘ଆନ୍ତର୍ଜାତିକ ଲକ୍ଷ୍ମୀ ପୁରାଣ’ ଆଲୋଚନାଚକ୍ରର ଉଦଘାଟନୀ ସମାରୋହରେ ଯୋଗଦେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏହା କହିଛନ୍ତି। ସଦାଶିବ କ୍ୟାମ୍ପସର ପ୍ରତିଷ୍ଠାତା ମହାମହୋପାଧ୍ୟାୟ ଆଚାର୍ଯ୍ୟ ହରିହର ଦାଶଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇବା ସହ କେନ୍ଦ୍ରମନ୍ତ୍ରୀ ଲକ୍ଷ୍ମୀ ପୂରାଣର ବୈଜ୍ଞାନିକ ମହତ୍ତ୍ୱ ଉପରେ କହିଛନ୍ତି ଯେ ଲକ୍ଷ୍ମୀ ପୁରାଣ ଜୀବନରେ ମୋତେ ବହୁତ ପ୍ରଭାବିତ କରିଛି।
ଲକ୍ଷ୍ମୀ ପୁରାଣ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସ୍ୱଚ୍ଛ ଭାରତ ଓ ସାମାଜିକ ନ୍ୟାୟ ଏବଂ ଗରିବ କଲ୍ୟାଣକାରୀ ଏବଂ ନାରୀ ସଶକ୍ତୀକରଣ ଯୋଜନାରେ ପ୍ରତିଫଳିତ ହୋଇଛି। ପାଞ୍ଚଶହ ବର୍ଷ ପୂର୍ବରୁ ବଳରାମ ଦାସ ଲକ୍ଷ୍ମୀ ପୁରାଣ ମାଧ୍ୟମରେ ଶ୍ରୀୟା ଚଣ୍ଡାଳୁଣୀର କଥା ଚରିତ୍ରକୁ ବର୍ଣ୍ଣନା କରି ମହିଳା ସଶିକ୍ତକରଣର କଥା କହିଥିଲେ। ସମାଜିକ ସମରସତା, ଛୁଆଁ ଅଛୁଆଁ ଭେଦଭାବ, ମହିଳା ଅଧିକାର, ନାରୀ ସଶକ୍ତିକରଣ, ଅଧିକାରବାଦ ଏବଂ ସ୍ୱଚ୍ଛ ଭାରତ ଲକ୍ଷ୍ମୀ ପୁରାଣର ସାମାଜିକ ତତ୍ତ୍ୱ ଅଟେ। ଏହା ଥିଲା ସମାଜ ଜୀବନର ନିଚ୍ଛକ ପ୍ରତିଫଳନ। ଅତୀତରେ ମହାତ୍ମା ଗାନ୍ଧୀ ପୁରୀ ଆସି ଦଳିତ ମାନଙ୍କ ମନ୍ଦିର ପ୍ରବେଶ ଅଧିକାର ନ ଥିବାରୁ ଏହାର ବିରୋଧ କରିଥିଲେ । ମାତ୍ର ଗାନ୍ଧିଙ୍କ ଓଡ଼ିଶା ଆସିବାର ପାଖାପାଖି ଅନେକ ବର୍ଷ ପୂର୍ବରୁ ସିଦ୍ଧ ବଳରାମ ଦାସ ଜାତିପ୍ରଥା ବିରୁଦ୍ଧରେ ଶାଣିତ ସ୍ୱର ଉତ୍ତୋଳନ କରିଛନ୍ତି।
ଏହି ଅବସରରେ ସେ କହିଛନ୍ତି ଯେ ସଂସ୍କୃତ ହେଉଛି ବିଶ୍ୱର ବୈଜ୍ଞାନିକ ଭାଷା। କମ୍ପ୍ୟୁଟର କୋଡିଂ ବନାଇବାର ସବୁଠୁ ସୁଗମ ଭାଷା ହେଉଛି ସଂସ୍କୃତ ଭାଷା । ପ୍ରାଚୀନ ସଂସ୍କୃତ ଭାଷା ନିଜ ଭାଷାରେ ପରିପୂର୍ଣ୍ଣ। ବେଦର ଭାଷା ହେଉଛି ସଂସ୍କୃତ ଭାଷା । ବେଦ ଭାଷାରେ ଚିକିତ୍ସା, ନ୍ୟାୟ ଶାସ୍ତ୍ର, ରାଜନୀତି, ସମାଜ ନୀତି, ଇତିହାସ, ମେଟ୍ରୋଲୋଜି ଏବଂ ବେଦବିଦ୍ୟା ସଂସ୍କୃତ ଭାଷାରେ ପ୍ରାଚୀନ କାଳରୁ ଲେଖାହୋଇଛି । ବିଶ୍ୱକୁ ଜ୍ଞାନ ଦେବାର ଶକ୍ତି ସଂସ୍କୃତି ପାଖରେ ଅଛି । ସଂସ୍କୃତ ଭାଷା ଆଗାମୀ ଦିନରେ ଆମ ସମସ୍ତ ଭାଷାର ମାତୃଭାଷା ଭାବରେ କାମ କରିବ। ତେଣୁ ସଂସ୍କୃତ ପାଠପଢି କେବଳ ଶିକ୍ଷକ ହେବାର ଲକ୍ଷ୍ୟ ନ ରଖି ବିଶ୍ୱକୁ ଦିଗଦର୍ଶନ ଦେବାର ଲକ୍ଷ୍ୟ ରଖିବାକୁ ଶ୍ରୀ ପ୍ରଧାନ ଉପସ୍ଥିତ ଛାତ୍ରଛାତ୍ରୀ ଓ ଅଧ୍ୟାପିକାଙ୍କୁ ପରାମର୍ଶ ଦେଇଛନ୍ତି।
ହଜାର ହଜାର ବର୍ଷ ପୂର୍ବରୁ ସାରଳା ଦାସ ସଂସ୍କୃତ ଭାଷାରୁ ଓଡ଼ିଆ ମହାଭାରତ ଲେଖିଥିଲେ। ବଳରାମ ଦାସ ସଂସ୍କୃତ ଭାଷାରୁ ଦାଣ୍ଡି ବା ଜଗମୋହନ ରାମାୟଣ ଲେଖିଥିଲେ । ଜଗନ୍ନାଥ ଦାଶ ଓଡ଼ିଆ ଭାଗବତ ଏବଂ ଅଚ୍ୟୁତାନନ୍ଦ ଦାସ କେଉଁ ଭାଷାରୁ ମାଳିକା ଲେଖିଥିଲେ । ଭାରତ ସରକାର ସେଥିପାଇଁ ସର୍ବବିଦ୍ୟାର ଆଦ୍ୟଗ୍ରନ୍ଥ ବେଦକୁ ଅଧ୍ୟୟନ କରିବା ପାଇଁ ଉଜ୍ଜୟିନୀର ଗୋଟିଏ ଶାଖା ଏଠାରେ ଆରମ୍ଭ ହୋଇଛି।

ad-week
Leave A Reply

Your email address will not be published.