ଚଳଚଞ୍ଚଳ ଧବଳେଶ୍ୱର ପୀଠ, ଚନ୍ଦ୍ରମଉଳି ବେଶରେ ଦର୍ଶନ ଦେଉଛନ୍ତି ବାବା…

Independence

maxresdefault

କଟକ : ଆଜି ପହିଲି ପଞ୍ଚୁକ, ଆସନ୍ତା ଶନିବାର ବଡ଼ ଓଷା। ପଞ୍ଚକ ପାଇଁବେଶ୍‌ ଚଳଚଞ୍ଚଳ ହୋଇଉଠିଛି ଧବଳେଶ୍ୱର ପୀଠ । ସେଥିପାଇଁ ଆଜି ରାତି ୩ଟା ବେଳେ ଦ୍ୱାର ଫିଟା ଯାଇ ୧୦୮ ଗରା ଜଳରେ ମହାସ୍ନାନ କରାଯାଇଥିଲା। ଏହାପରେ ମଇଲମ, ମଙ୍ଗଳ ଆଳତୀ ଆଦି ସମସ୍ତ ରୀତିନୀତି କରାଯାଇଥିଲା। ପରେ ଠାକୁରଙ୍କ ନିକଟରେ ବାଳ ଭୋଗ ସହ ଖେଚୁଡ଼ି ଭୋଗ ଲାଗି କରାଗଲା। ଏହାପରେ ଶ୍ରଦ୍ଧାଳୁମାନଙ୍କୁ ଦର୍ଶନ ପାଇଁ ଛଡ଼ା ଯାଇଥିଲା।
ପହିଲି ପଞ୍ଚୁକରେ ବାବା ଧବଳେଶ୍ୱର ଚନ୍ଦ୍ରମଉଳି ବେଶରେ ଦର୍ଶନ ଦେଉଛନ୍ତି। ଏଥିପାଇଁ ପ୍ରଶାସନ ତଥା ପୂଜକ ସମାଜ ପକ୍ଷରୁ ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଇଛି।
ତ୍ରୟୋଦଶୀ ଓ ଚତୁର୍ଦ୍ଦଶୀର ସନ୍ଧି କ୍ଷଣରେ ବାବା ଧବଳେଶ୍ୱରଙ୍କ ପାଖରେ ଲାଗି କରାଯିବ ଗଜଭୋଗ ଓ ତରଣ। ବଡ଼ ଓଷା ତଥା କାର୍ତ୍ତିକ ବ୍ରତ କରିଥିବା ଶ୍ରଦ୍ଧାଳୁମାନେ ଗଜଭୋଗ ଓ ତରଣ ପାଇବା ପରେ ବ୍ରତ ଉଦଯାପନ କରିଥାନ୍ତି।
ପଞ୍ଚୁକ ନିମନ୍ତେ ସକାଳୁ ସକାଳୁ ଧବଳେଶ୍ୱର ପୀଠରେ ପ୍ରବଳ ଭକ୍ତଙ୍କ ସମାଗମ ଆରମ୍ଭ ହୋଇଗଲାଣି। ଭକ୍ତମାନେ ଧାଡ଼ିରେ ଯାଇ ପ୍ରଭୁଙ୍କ ଦର୍ଶନ କରୁଛନ୍ତି। ଶାନ୍ତିଶୃଙ୍ଖଳା ରକ୍ଷା ନିମନ୍ତେ ପୁଲିସ୍‌ ଫୋର୍ସ ମୁତୟନ କରାଯାଇଛି।

ad-week
Leave A Reply

Your email address will not be published.