ବାତ୍ୟା ପ୍ରଭାବରେ ଓଡ଼ିଶାରେ ଦୁଇ ଦିନ ପ୍ରବଳ ବର୍ଷା, ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି…

add-all

ଭୁବନେଶ୍ୱର :ବାତ୍ୟା ପ୍ରଭାବରେ ଓଡ଼ିଶାରେ ଦୁଇ ଦିନ ପ୍ରବଳ ବର୍ଷା ହେବ । ଦକ୍ଷିଣ ଓ ଉପକୂଳ ଓଡ଼ିଶାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି। ଆଜି ଅଧିକ ରହିବ ପ୍ରଭାବ । ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ପ୍ରବଳ ବର୍ଷା ପାଇଁ ପୁରୀ, କଳାହାଣ୍ଡି, ନବରଙ୍ଗପୁର ଓ କନ୍ଧମାଳ ଜିଲ୍ଲାକୁ ଦିଆଯାଇଛି ୟେଲୋ ଆଲର୍ଟ ।

ଅରେଞ୍ଜ ୱାର୍ଣ୍ଣଂ ଜିଲ୍ଲାର କିଛି ସ୍ଥାନରେ ୭ରୁ ୨୦ ସେଣ୍ଟିମିଟର ଓ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ୭ରୁ ୧୧ ସେଣ୍ଟିମିଟର ଯାଏ ବର୍ଷା ସମ୍ଭାବନା ରହିଛି । କାଲି ବି ବର୍ଷା ପ୍ରଭାବ ରହିବ । ଆସନ୍ତକାଲି ପାଇଁ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ବାତ୍ୟା ପ୍ରଭାବରେ ଅଶାନ୍ତ ରହିଛି ସମୁଦ୍ର। ରାଜ୍ୟର ସମସ୍ତ ବନ୍ଦରଗୁଡ଼ିକୁ ୨ନଂ ବିପଦ ସଙ୍କେତ ଜାରି ହୋଇଛି। ମତ୍ସ୍ୟଜୀବୀଙ୍କୁ ଆସନ୍ତାକାଲି ଯାଏ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି। ଆଲର୍ଟରେ ଅଛନ୍ତି ଅଗ୍ନିଶମ ବାହିନୀ ଓ ଓଡ୍ରାଫ ଟିମ୍ ।

ad-week
Leave A Reply

Your email address will not be published.