ଆଜିଠାରୁ ଶ୍ରୀମନ୍ଦିରରେ ଦେବ ଦୀପାବଳି…

add-all

download

ପୁରୀ: ଆଜିଠାରୁ ଶ୍ରୀମନ୍ଦିରରେ ପାଳିତ ଦେବ ଦୀପାବଳି। ମାର୍ଗଶୀର ମାସ ଶୁକ୍ଳପକ୍ଷ ଚତୁର୍ଦ୍ଦଶୀ ତିଥିରେ ଦେବ ଦୀପାବଳୀ ନୀତି ଆରମ୍ଭ ହେବ। ଚତୁର୍ଦ୍ଦଶୀ, ଅମାବାସ୍ୟା ଓ ପ୍ରତିପଦ ତିନି ଦିନ ଧରି ଏହା ଅନୁଷ୍ଠିତ ହେବ। ଏହି ଅବସରରେ ମହାପ୍ରଭୁ ପିତୃପୁରୁଷଙ୍କୁ ପିଣ୍ଡଦାନ କରିବେ। ତେବେ ମହାପ୍ରଭୁ ଶ୍ରାଦ୍ଧ ବେଶରେ ପିତୃପୁରୁଷଙ୍କୁ ପିଣ୍ଡଦାନ କରିବେ, ଭକ୍ତଙ୍କୁ ଦର୍ଶନ ଦେବେ। ଏହି ଅବସରରେ ତିନି ଠାକୁର ଶ୍ବେତ ବସ୍ତ୍ର ପରିଧାନ କରିବେ। ଠାକୁରଙ୍କୁ ସ୍ବର୍ଣ୍ଣ ଅଳଙ୍କାରରେ ବିଭୂଷିତ କରାଯିବ। ପୂଜାପଣ୍ଡାମାନେ ପିଣ୍ଡଦାନ କରିବେ। ଶ୍ରାଦ୍ଧ ନୀତି ସରିବା ପରେ ମନ୍ଦିର ଚୂଡ଼ାକୁ ମହାଦୀପ ଉଠିବ।

ତିନି ଦିନ ଧରି ପୁରୀରେ ଘରେ ଘରେ ହେବ ଦୀପ ପ୍ରଜ୍ୱଳନ। ଆସନ୍ତାକାଲି ବଡ଼ଦାଣ୍ଡରେ ହେବ ସମୂହ ଦୀପଦାନ। ଓଡ଼ିଶା ଇଣ୍ଟରନ୍ୟାସନାଲ ସେଣ୍ଟର ଓ ଛତିଶାନିଯୋଗ ପକ୍ଷରୁ ୧ ଲକ୍ଷ ଦୀପ ପ୍ରଜ୍ୱଳନ ହେବ। ଏଥିରେ ଭକ୍ତଙ୍କ ସହ ବିଭିନ୍ନ ସାମାଜିକ ଅନୁଷ୍ଠାନ ଓ ସ୍ୱେଚ୍ଛାସେବୀ ସଙ୍ଗଠନ ସାମିଲ ହେବେ। ବିଶ୍ୱର ମଙ୍ଗଳ କାମନା କରି ମହାପ୍ରଭୁଙ୍କୁ ଉଦ୍ଦେଶ୍ୟରେ ସମୂହ ଦୀପଦାନ କରାଯିବ।

ad-week
Leave A Reply

Your email address will not be published.