ଓଡ଼ିଶା ଲଲିତ କଳା ଏକାଡ଼େମୀ ଦ୍ୱାରା ମାଲକାନଗିରି ଜିଲ୍ଲାରେ ଭ୍ରାମ୍ୟମାଣ ଚିତ୍ରକଳା ପ୍ରଦର୍ଶନୀ ଉଦଘାଟିତ…

add-all

ପ୍ରଦର୍ଶିତ ହେଲା ଓଡ଼ିଶାର ବହୁ ବରିଷ୍ଠ ଶିଳ୍ପୀଙ୍କ ଚିତ୍ରକଳା

ମାଲକାନଗିରି : ଓଡ଼ିଶା ଲଳିତ କଳା ଏକାଡେମୀ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୁଲ୍ୟରେ ଓ ଜିଲ୍ଲା ପ୍ରଶାସନ, ମାଲକାନଗିରି ସହଯୋଗରେ ରାଜ୍ୟରେ ଚିତ୍ରକଳାର ପ୍ରଚାର ଓ ପ୍ରସାର ନିମନ୍ତେ ଏକାଡେମୀ ଦ୍ଵାରା ସଂଗୃହିତ ଚିତ୍ରକଳାଗୁଡିକୁ ନେଇ ଏକ ଭ୍ରାମ୍ୟମାଣ ପ୍ରଦର୍ଶନୀର ଉଦଘାଟନୀ ଉତ୍ସବ ସ୍ଥାନୀୟ ଟାଉନ୍ ହଲ୍ ଠାରେ ଅନୁଷ୍ଠିତ ହୋଇଯାଇଛି । ପ୍ରଦର୍ଶନୀକୁ ଅତିରିକ୍ତ ଜିଲ୍ଲାପାଳ ରାଜସ୍ବ ବେଦବର ପ୍ରଧାନ ଉଦଘାଟନ କରିଛନ୍ତି । ଓଡ଼ିଶା ଚାରୁ କଳାର ବହୁଳ ପ୍ରଚାର ଓ ପ୍ରସାର ପାଇଁ ତଥା ଶିଳ୍ପୀମାନଙ୍କର କଳାକୃତି ଯେପରି ରାଜ୍ୟର ଜନସାଧାରଣ ଅନ୍ୟ ଶିଳ୍ପୀ ତଥା ଛାତ୍ର/ ଛାତ୍ରୀମାନେ ଦେଖିବାର ସୁଯୋଗ ପାଇ ପାରିବେ ଏବଂ ଓଡ଼ିଶାର ସବୁ ଜିଲ୍ଲାରେ ଚିତ୍ରକଳାର ପ୍ରଚାର ଓ ପ୍ରସାର କିପରି ଅଧିକ ହୋଇପାରିବ ସେଥିପାଇଁ ଏକାଡେମୀ ତରଫରୁ ଏକ ପ୍ରୟାସ କରାଯାଉଛି । ଉକ୍ତ ପ୍ରଦର୍ଶନୀରେ ଓଡ଼ିଶାର ଖ୍ୟାତନାମା ଦିବଙ୍ଗତ ଓ ବରିଷ୍ଠ ଚିତ୍ରଶିଳ୍ପୀ ବିନୋଦ ରାଉତରାୟ, ଏନ. ଚନ୍ଦ୍ର ଶେଖର ରାଓ, ଡ଼ ଦିନାନାଥ ପାଠୀ, ଡ଼ି ନାରାୟଣ ରାଓ, ରାମହାରୀ ଜେନା, ଅକ୍ଷୟ କୁମାର ପଟ୍ଟନାୟକ, ଅମର କୁମାର ଜେନା, ଅସିତ କୁମାର ପଟ୍ଟନାୟକ, ବିପିନ ବିହାରୀ ମାର୍ଥା, ଦାଶ ମୁର୍ମୁ, ଡ଼ ଦୀନବନ୍ଧୁ ସାହୁ, ପ୍ରମୋଦ କୁମାର ମଲ୍ଲିକ, ରବି ନାରାୟଣ ଗୁପ୍ତା ପ୍ରମୁଖଙ୍କ ସହ ବହୁ ଯୁବ ଚିତ୍ରଶିଳ୍ପୀଙ୍କ ମୋଟ ୪୦ ଟି ଚିତ୍ରକଳା ସ୍ଥାନ ପାଇଛି । ଉକ୍ତ ପ୍ରଦର୍ଶନୀ ୧୫ ଡିସେମ୍ବର ପର୍ଯ୍ୟନ୍ତ ପ୍ରତ୍ୟେହ ଦିନ ୧୧ ଘଟିକାରୁ ସନ୍ଧ୍ୟା ୭ ଘଟିକା ପର୍ଯ୍ୟନ୍ତ ଖୋଲା ରହିବ । ଅନ୍ୟ ମାନଙ୍କ ମଧ୍ୟରେ ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ, ପ୍ରମିଳା ମାଝୀ ଓ ଜିଲ୍ଲା ସଂସ୍କୃତି ଅଧିକାରୀ, ସନ୍ତ୍ରାସ ପଣ୍ଡା ଉପସ୍ଥିତ ଥିଲେ ।

ad-week
Leave A Reply

Your email address will not be published.