ଜିଲ୍ଲା ସ୍ତରୀୟ ସାଂସ୍କୃତିକ କାର୍ଯ୍ୟକ୍ରମର ଉଦଯାପନୀ ଉତ୍ସବ…

add-all


ଫୁଲବାଣୀ : ଫୁଲବାଣୀ ସରକାରୀ ସ୍ଵୟଂଶାସିତ ମହାବିଦ୍ୟାଳୟରେ ନୂଆ-ଓ ଯୁବ ଓଡ଼ିଶା, ନବୀନ ଓଡ଼ିଶା ଆନୁକୂଲ୍ୟରେ ଜିଲ୍ଲା ସ୍ତରୀୟ ସାଂସ୍କୃତିକ କାର୍ଯ୍ୟକ୍ରମ ଉଦଯାପିତ ହୋଇଯାଇଛି l ରାଜ୍ୟର ଯୁବପିଢିଙ୍କ ନିକଟରେ ଥିବା ଅନ୍ତର୍ନିହିତ ପ୍ରତିଭାକୁ ଲୋକଲୋଚନକୁ ଆଣିବା ପାଇଁ ରାଜ୍ୟ ସରକାର ନୂଆ-ଓଡ଼ିଶା ଅନ୍ତର୍ଗତ ଯୁବ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ହାତକୁ ନେଇଛନ୍ତି । ଉକ୍ତ କାର୍ଯ୍ୟକ୍ରମ ଅନୁଯାୟୀ ମହାବିଦ୍ୟାଳୟ ସ୍ତରରେ ଥିବା ଛାତ୍ରଛାତ୍ରୀ ମାନଙ୍କୁ ନେଇ କ୍ରୀଡ଼ା, ପ୍ରତିଯୋଗିତା, ସାମାଜିକ ଏବଂ ସାଂସ୍କୃତିକ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି । ସେହି ପରିପ୍ରେକ୍ଷୀରେ ଶନିବାର ଦିନ ୧୧ ଘଟିକା ସମୟରେ କନ୍ଧମାଳ ଜିଲ୍ଲାର ଫୁଲବାଣୀ ସରକାରୀ ସ୍ଵୟଂଶାସିତ ମହାବିଦ୍ୟାଳୟରେ ଜିଲ୍ଲା ସ୍ତରୀୟ ସାଂସ୍କୃତିକ ପ୍ରତିଯୋଗିତା ଅନୁଷ୍ଠିତ ହୋଇଛି । ମହାବିଦ୍ୟାଳୟ ର ଅଧ୍ୟକ୍ଷ ଡକ୍ଟର ସୁବାସ ଚନ୍ଦ୍ର ପ୍ରଧାନଙ୍କ ସଭାପତିତ୍ବ ରେ ଆୟୋଜିତ ସଭାରେ ମୁଖ୍ୟ ଅତିଥି ଭାବେ ଫୁଲବାଣୀ ଉପଜିଲ୍ଲାପାଳ ଜ୍ୟୋତି ଶଙ୍କର ରାୟ ଯୋଗଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଫୁଲବାଣୀ ଗୋଷ୍ଠୀ ଉନ୍ନୟନ ଅଧିକାରୀ ପ୍ରତୀକ ସାହୁ ଯୋଗ ଦେଇ ଥିଲେ । ନୂଆ-ଓ ର ନୋଡାଲ ଅଫିସର ଏନ୍ ତନ୍ମୟ କୁମାରଙ୍କ ତତ୍ବାବଧାନରେ ଅଧ୍ୟାପକ ନୂତନ ପ୍ରଭାସ ତରିଆ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ । କନ୍ଧମାଳ ଜିଲ୍ଲାର ବିଭିନ୍ନ ମହାବିଦ୍ୟାଳୟର ୩୪ ଜଣ ସାଂସ୍କୃତିକ ଦଳ ନୃତ୍ୟ ପରିବେଷଣ କରିଥିବା ବେଳେ ଅନ୍ୟାନ୍ୟ ଛାତ୍ରଛାତ୍ରୀ ମାନେ ବିଭିନ୍ନ ପ୍ରତିଯୋଗିତାରେ ଭାଗ ନେଇଥିଲେ । ଶେଷରେ ଅତିଥି ମାନଙ୍କ ଦ୍ଵାରା କୃତି ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କାର ବିତରଣ କରାଯାଇଥିଲା । ଉକ୍ତ କାର୍ଯ୍ୟକ୍ରମରେ ଫୁଲବାଣୀ ସରକାରୀ ସ୍ଵୟଂଶାସିତ ମହାବିଦ୍ୟାଳୟର ସମସ୍ତ ଅଧ୍ୟାପକ, ଅଧ୍ୟାପିକା ଓ ଛାତ୍ରଛାତ୍ରୀ ଏବଂ ଅନ୍ୟାନ୍ୟ ମହାବିଦ୍ୟାଳୟର ଅଧ୍ୟକ୍ଷ, ଅଧ୍ୟାପକ ଓ ଅଧ୍ୟାପିକା ଏବଂ ଛାତ୍ରଛାତ୍ରୀ ମାନେ ଯୋଗଦେଇଥିଲେ । ଉକ୍ତ କାର୍ଯ୍ୟକ୍ରମକୁ ଫୁଲବାଣୀ ସରକାରୀ ସ୍ଵୟଂଶାସିତ ମହାବିଦ୍ୟାଳୟ ତରଫରୁ ସୁଚାରୁରୂପେ ସମ୍ପାଦନା କରାଯାଇଥିବାରୁ କନ୍ଧମାଳ ଜିଲ୍ଲା ପ୍ରଶାସନ ତରଫରୁ ମହାବିଦ୍ୟାଳୟର ଅଧ୍ୟକ୍ଷ ଏବଂ ସମସ୍ତ ଅଧ୍ୟାପକ ଓ ଅଧ୍ୟାପିକା ଏବଂ କର୍ତୁପକ୍ଷଙ୍କୁ ଟ୍ରଫି ପ୍ରଦାନ କରି ସମ୍ବର୍ଦ୍ଧନା କରାଯାଇଥିଲା ।

ad-week
Leave A Reply

Your email address will not be published.