ନାବାଳିକା ଦୁଷ୍କର୍ମୀକୁ ୨୦ ବର୍ଷ ଜେଲ୍‌ ଦଣ୍ଡାଦେଶ, ପୀଡିତାକୁ ୪ ଲକ୍ଷ ଟଙ୍କାର ଆର୍ଥିକ ସହାୟତା ଦେବାକୁ ନିର୍ଦ୍ଦେଶ…

add-all

କଟକ : ଜନୈକା ନାବାଳିକାକୁ ଦୁଷ୍କର୍ମ ଘଟଣାରେ ଦୁଷ୍କର୍ମକାରୀକୁ ୨୦ ବର୍ଷ ସଶ୍ରମ କାରାଦଣ୍ଡାଦେଶ ନିର୍ଦ୍ଦେଶ ଦେଇଛନ୍ତି କଟକ ସ୍ୱତନ୍ତ୍ର ଆଡ଼ହକ ପୋକସୋ କୋର୍ଟ। ଏହି କୋର୍ଟରେ ଦୁଷ୍କର୍ମକାରୀ ପାକୂଲ ସମତ ଦୋଷୀ ସାବ୍ୟସ୍ତ ହୋଇଛି। ଦୋଷୀକୁ ୨୦ ବର୍ଷର ସଶ୍ରମ କାରାଦଣ୍ଡ ସହିତ ୧୦ ହଜାର ଟଙ୍କା ଜରିମାନା ନିର୍ଦ୍ଦେଶ ଦେଇଛନ୍ତି ଅଦାଲତ। ଜରିମାନା ଅନାଦେୟ ଅଧିକ ଏକ ବର୍ଷ ଜେଲଦଣ୍ଡ ଭୋଗିବାକୁ ନିର୍ଦ୍ଦେଶ ରହିଛି।

ଏହି ଦୁଷ୍କର୍ମ ଘଟଣାର ପୀଡିତାକୁ ୪ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି କଟକ ସ୍ୱତନ୍ତ୍ର ଆଡ଼ହକ ପୋକସୋ କୋର୍ଟ। ଜିଲ୍ଲା ଆଇନସେବା ପ୍ରାଧିକରଣ ଜରିଆରେ ଏହି କ୍ଷତିପୂରଣ ପ୍ରଦାନ କରାଯିବ। ଦୁଷ୍କର୍ମ ୧୨ ଜଣ ସାକ୍ଷୀ ଓ ୧୫ ଟି ତଥ୍ୟପ୍ରମାଣ ଆଧାରରେ ଏହି ଦଣ୍ଡାଦେଶ ଦିଆଯାଇଛି। ସରକାରଙ୍କ ପକ୍ଷରୁ ଏହି ମାମଲା ପରିଚାଳନା କରୁଥିଲେ ସ୍ୱତନ୍ତ୍ର ପବ୍ଲିକ ପ୍ରସ୍ୟୁକୂଟର ବିଶ୍ୱଜିତ ରାୟ।

ad-week
Leave A Reply

Your email address will not be published.