ଅଲିମା ସରକାରୀ ଉଚ୍ଚ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ୨୦୨୩ – ୨୪ ପାଳନ

add-all

ଦାରିଙ୍ଗବାଡ଼ି, ୨୧/୧୨ : କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅନ୍ତର୍ଗତ ଗୁମିକିଆ ଗ୍ରାମ ପଂଚାୟତର ଅଲିମା ସରକାରୀ ଉଚ୍ଚ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ପାଳନ ହୋଇ ଯାଇଛି। ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସୁରେଶ ଚନ୍ଦ୍ର ସାହୁଙ୍କ ସଭାପତିତ୍ୱରେ ମୁଖ୍ୟ ଅତିଥି ଭାବେ ସରପଞ୍ଚ ତ୍ରିନାଥ ପ୍ରଧାନ, ସମ୍ମାନିତ ଅତିଥି ଭାବେ ବିଦ୍ୟାଳୟର ପୂର୍ବତନ ପ୍ରଧାନ ଶିକ୍ଷକ ଉଲ୍ଲାସ ଚନ୍ଦ୍ର ବଳିୟାରସିଂ, ପୂର୍ବତନ ସ୍କୁଲ ସଭାପତି କାର୍ଜି ପ୍ରଧାନ, ଗଙ୍ଗା ପ୍ରଧାନ, ସଭାପତି ଜାଇକା ପ୍ରଧାନ, ପୂର୍ବତନ ସିଆରସି ବିଦୁଭୂଷଣ ନାୟକ ପ୍ରମୁଖ ଯୋଗ ଦେଇଥିଲେ। ବିଦ୍ୟାଳୟର ବରିଷ୍ଟ ଶିକ୍ଷକ କାମଦେବ ପ୍ରଧାନ ଅତିଥି ଙ୍କ ପରିଚୟ ପ୍ରଦାନ କରିଥିବା ବେଳେ ଶିକ୍ଷକ ଶଙ୍କରାଚାର୍ଯ୍ୟ ମଲିକ ବାର୍ଷିକ ବିବରଣୀ ପାଠ କରିଥିଲେ। ଅତିଥି ମାନଙ୍କ ଦ୍ୱାରା ବିଭିନ୍ନ କ୍ଷେତ୍ରରେ କୃତୀ ଅର୍ଜନ କରିଥିବା ଛାତ୍ରଛାତ୍ରୀଙ୍କୁ ପୁରୁସ୍କୃତ କରାଯାଇଥିଲା। ଛାତ୍ରଛାତ୍ରୀଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ହୋଇଥିଲା। ଏହି ସମସ୍ତ କାର୍ଯ୍ୟକ୍ରମରେ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀ ଙ୍କ ସହିତ ସମସ୍ତ କର୍ମଚାରୀ ସହଯୋଗ କରିଥିଲେ।

ad-week
Leave A Reply

Your email address will not be published.