କୋଭିଡ ଲକ୍ଷଣ ଦେଖାଦେଲେ ତୁରନ୍ତ ପରୀକ୍ଷା କରନ୍ତୁ; ଜନ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ

add-all

BIJAY-5

ଭୁବନେଶ୍ୱର: ଦେଶରେ ପୁଣିଥରେ କରୋନା ସଂକ୍ରମଣ ବଢିଛି । ଦେଶରେ ଏବେ ନିୟମିତ କେସ୍ ବଢିବାରେ ଲାଗିଛି । ବିଭିନ୍ନ ସ୍ଥାନରେ ରୋଗୀ ବି ଚିହ୍ନଟ ହେଲେଣି । ଏହାରି ଭିତରେ ରାଜ୍ୟ ସରକାର ବି ତପ୍ତରତା ପ୍ରକାଶ କଲେଣି । ସ୍ୱାସ୍ଥ୍ୟ ବିଭାଗକୁ ଆଲର୍ଟ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ଏଥିପାଇଁ ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି ସ୍ୱାସ୍ଥ୍ୟ ବିଭାଗ ନିର୍ଦ୍ଦେଶକ ବିଜୟ ମହାପାତ୍ର ।

କୋଭିଡ ଲକ୍ଷଣ ଦେଖାଗଲେ ପରୀକ୍ଷା କରିବା ପାଇଁ ଅପିଲ କଲେ ଜନ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ। ଆବଶ୍ୟକ ପଡିଲେ ପରୀକ୍ଷା ସେଣ୍ଟର ବଢ଼ାଯିବ। ମାସ୍କ ବାଧ୍ୟତା ମୂଳକ ପାଇଁ ଗାଇଡ଼ଲାଇନ ଆସିନାହିଁ। ଏ ପର୍ଯ୍ୟନ୍ତ ଓଡ଼ିଶାରେ କୋଭିଡ ଚି଼ହ୍ନଟ ହୋଇନାହିଁ, କିନ୍ତୁ ଟେଷ୍ଟିଙ୍ଗ ଜାରି ରହିଛି ବୋଲି ଜନ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର କହିଛନ୍ତି। ଭାରତ ସରକାରଙ୍କ ନିର୍ଦ୍ଦେଶନାମା ସହ ଅନ୍ତର୍ଜାତୀୟ ଏକ୍ସପର୍ଟଙ୍କ କହିବା ଅନୁଯାଇ ଆମେ ସତର୍କ ରହିବା

ସର୍ଭିଲାନ୍ସ ବଢେଇବା ସହ ସତର୍କ ରହିବା ପାଇଁ ସେ ଅପିଲ କରିଛନ୍ତି । ଭାରତରେ ଯେତିକି ଲୋକ ପଜେଟିଭ ଆସିଛନ୍ତି ୯୮% ରୁ ଅଧିକ ଲୋକ ଘରେ ରହି ଚିକିତ୍ସିତ ହେଉଛନ୍ତି। ଏବେସୁଦ୍ଧା ସେଭଳି ଗୁରୁତର ମାମଲା ସାମ୍ନାକୁ ଆସିନି । ତେଣୁ ଭୟଭୀତ ନହୋଇ ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି ସ୍ୱାସ୍ଥ୍ୟବିଭାଗ ନିର୍ଦ୍ଦେଶକ ।

ad-week
Leave A Reply

Your email address will not be published.