ବୋରୱେଲରୁ ଉଦ୍ଧାର ଶିଶୁକନ୍ୟାର ବୁର୍ଲା ହସ୍‌ପିଟାଲ୍‌ରେ ହେଲା ଏକୋଇଶିଆ, ଦିଆଗଲା ନାଁ

add-all

Doctors_1704100409

ସମ୍ବଲପୁର : ସମ୍ବଲପୁର ଜିଲ୍ଲା ରେଙ୍ଗାଲି ନିକଟ ଲରିପାଲି ଜଙ୍ଗଲରୁ ଏକ ପରିତ୍ୟକ୍ତ ବୋରୱେଲରୁ ଗତ ଡିସେମ୍ବର ୧୨ ତାରିଖରେ ଉଦ୍ଧାର ହୋଇଥିବା ଶିଶୁ କନ୍ୟାର ଆଜି ଏକୋଇଶିଆ ପାଳନ କରାଯାଇଛି। ତା’ସହିତ ତା’ର ନାଁ ବିଜୟିନୀ ରଖାଯାଇଛି।
ଶିଶୁ କନ୍ୟାଟି ଏବେ ବୁର୍ଲା ବଡ଼ ଡାକ୍ତରଖାନାର SNCUରେ ଚିକିତ୍ସାଧୀନ ରହିଛି। ଆଜି ଡାକ୍ତରଖାନା ପକ୍ଷରୁ ତା’ର ଏକୋଇଶିଆ ପାଳନ କରାଯାଇଥିଲା। ଏଥିରେ ଡାକ୍ତରମାନେ ମଧ୍ୟ ସାମିଲ ହୋଇଥିଲେ। ଏହି ଅବସରରେ କେକ୍‌ କଟା ଯାଇଥିଲା ଓ ମିଠା ବଣ୍ଟା ଯାଇଥିଲା।
ଶିଶୁଟିକୁ ଲାରିପାଲି ଜଙ୍ଗଲରେ ଏକ ପରିତ୍ୟକ୍ତ ବୋରୱେଲ ମଧ୍ୟରେ କେହି ଫିଙ୍ଗି ଦେଇଥିବା ପଳାଇଥିଲେ। ୬ ଘଣ୍ଟାର ଅପରେସନ ପରେ ତାକୁ ଉଦ୍ଧାର କରାଯାଇଥିଲା।

ad-week
Leave A Reply

Your email address will not be published.