୭୫ ତମ ସାଧାରଣତନ୍ତ୍ର ଦିବସ ପାଳନ ନେଇ ପ୍ରସ୍ତୁତି ବୈଠକ ଅନୁଷ୍ଠିତ…

add-all

ମାଲକାନଗିରି, ୧୦/୧ : ଆଜି ଜିଲ୍ଲା ପଞ୍ଚାୟତ ସାଧନ କେନ୍ଦ୍ର ଠାରେ ୭୫ତମ ସାଧାରଣତନ୍ତ୍ର ଦିବସ ପାଳନ ନେଇ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଅତିରିକ୍ତ ଜିଲ୍ଲାପାଳ, ରାଜସ୍ବ, ବେଦବର ପ୍ରଧାନ ଅଧ୍ୟକ୍ଷତା କରି ସାଧାରଣତନ୍ତ୍ର ଦିବସ ପାଳନର ପ୍ରସ୍ତୁତି ନେଇ ଆଲୋଚନା କରିଛନ୍ତି। ପ୍ରତିଟି ଭାରତୀୟଙ୍କ ପାଇଁ ବେଶ ଗୁରୁତ୍ଵପୂର୍ଣ୍ଣ ଏହି ମହାନ ଦିବସ ସହ ସମସ୍ତଙ୍କ ଭାବାବେଗ ଜଡ଼ିତ ହୋଇଥିବାରୁ ଉତ୍ସବ ଆୟୋଜନରେ ସମସ୍ତ ବିଷୟକୁ ଟିକିନିଖି ଭାବେ ଗୁରୁତ୍ଵ ଦେବାକୁ ଅତିରିକ୍ତ ଜିଲ୍ଲାପାଳ ଗୁରୁତ୍ଵ ଦେଇଥିଲେ। ସୂଚନା ଓ ଲୋକସଂପର୍କ ବିଭାଗ ଦ୍ଵାରା ପ୍ୟାରେଡ୍ ଓ ପତାକା ଉତ୍ତୋଳନ ସ୍ଥାନଠାରେ ଆନୁଷଙ୍ଗିକ ବ୍ୟବସ୍ଥା ଗ୍ରହଣ କରାଯିବ। ପ୍ରଭାତରେ ଡ଼ାକବାଜି ଯନ୍ତ୍ର ସାହାଯ୍ୟରେ ରାମଧୁନ ପରିବେଷଣ ଓ ଉତ୍ସବ ସ୍ଥଳରେ ସାଜସଜ୍ଜା ଇତ୍ୟାଦି ବିଷୟରେ ଆଲୋଚନା କରଯାଇଥିଲା।

ବିଭିନ୍ନ କାର୍ଯ୍ୟରେ ପାରଦର୍ଶିତା ଲାଭ କରିଥିବା ବ୍ୟକ୍ତି ବିଶେଷଙ୍କୁ ସମ୍ମାନିତ କରାଯିବ ବୋଲି ମଧ୍ୟ ଆଲୋଚନା କରାଯାଇଛି। ସେହିପରି ଡିଏନକେ ପଡ଼ିଆଠାରେ ୨୨, ୨୩ ଓ ୨୪ ଜାନୁଆରୀରେ ପ୍ୟାରେଡ୍ ଅଭ୍ୟାସ ହେବ। ୧୬ ଜାନୁଆରୀ ସୁଦ୍ଧା ସମସ୍ତ ଶିକ୍ଷାନୁଷ୍ଠାନକୁ ପ୍ୟାରେଡରେ ଭାଗ ନେବା ପାଇଁ ତାଲିକା ପଠାଇବା ନିମନ୍ତେ ନିର୍ଦ୍ଦେଶ ଦିଆଯାଇଛି। ସେହିପରି ଜିଲ୍ଲା ଶିକ୍ଷା ବିଭାଗକୁ ସମସ୍ତ ପ୍ରତିଯୋଗିତା ଆୟୋଜନ କରିବା ପାଇଁ କୁହାଯାଇଛି। ବିଭିନ୍ନ ବିଭାଗ ପ୍ରଜ୍ଞାପନ ମେଢ଼ ପ୍ରଦର୍ଶନ କରିବେ ବୋଲି ଏଠାରେ ଆଲୋଚନା ହୋଇଛି । ମୁଖ୍ୟ ଅତିଥି ପ୍ୟାରେଡ ପରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ଶିଶୁ ଗୃହରେ ଫଳ ଓ ମିଷ୍ଟାନ୍ନ ବଣ୍ଟନ କରିବାର କାର୍ଯ୍ୟକ୍ରମ ରହିଛି। ଏହି ବୈଠକରେ ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ସମସ୍ତ ବିବରଣୀ ପାଠ କରିବା ସହ ଧନ୍ୟବାଦ ଅର୍ପଣ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ସୂଚନା ଓ ଲୋକସଂପର୍କ ବିଭାଗର କର୍ମଚାରୀ, ଜିଲ୍ଲାସ୍ତରୀୟ ଅଧିକାରୀ, ସମସ୍ତ ମହାବିଦ୍ୟାଳୟ ଓ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟତ୍ରୀ ଉପସ୍ଥିତ ଥିଲେ।

ad-week
Leave A Reply

Your email address will not be published.