ମହାମହିମ ରାଜ୍ୟପାଳଙ୍କ ସହ ସାକ୍ଷାତ କଲେ ବିଜେପି ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ କାହ୍ନୁଚରଣ ପତି…

add-all

ବ୍ରହ୍ମପୁର : ଭାରତୀୟ ଜନତା ପାର୍ଟି ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ କାହ୍ନୁ ଚରଣ ପତି ଗଞ୍ଜାମ ଜିଲ୍ଲା ଗସ୍ତରେ ଆସିଥିବା ଓଡ଼ିଶା ପ୍ରଦେଶର ମହାମହିମ ରାଜ୍ୟପାଳ ଶ୍ରୀ ରଘୁବର ଦାସଜୀ ଙ୍କୁ ଛତ୍ରପୁର ସାରକିଟ୍ ହାଉସ୍ ଠାରେ ସୌଜନ୍ୟମୂଳକ ସାକ୍ଷାତ କରି ପୁଷ୍ପଗୁଚ୍ଛ ସହ ଉପଢ଼ୌକନ ଦେଇ ସ୍ୱାଗତ କରିଥିଲେ । ଏହା ସହ ଶ୍ରୀ ପତି ବ୍ରହ୍ମପୁର ମହାନଗର ନିଗମରେ ହେଉଥିବା ବ୍ୟାପକ ଦୁର୍ନୀତି ଓ ଭ୍ରଷ୍ଟାଚାର ବିଷୟରେ ମହାମହିମ ରାଜ୍ୟପାଳଙ୍କୁ ଅବଗତ କରାଇଲେ । ଏହି ଅବସରରେ ଗଞ୍ଜାମ ଜିଲ୍ଲା ସଭାପତି ଡ଼ା.ସୁବାସ ସାହୁ,ଜିଲ୍ଲା ଉପସଭାପତି ସୁନିଲ କୁମାର ସାହୁ,ଜିଲ୍ଲା ସାଧାରଣ ସମ୍ପାଦକ ପ୍ରଭାତ କିରଣ ଷଡ଼ଙ୍ଗୀ,ରାଜ୍ୟ ଯୁବମୋର୍ଚ୍ଚା ସମ୍ପାଦକ ତୁତୁନ୍ ପାତ୍ର,ଜିଲ୍ଲା ଓବିସି ମୋର୍ଚ୍ଚା ସଭାପତି ମଦନ ମୋହନ ପାତ୍ର,କୁଞ୍ଜବିହାରୀ ପଣ୍ଡା,କମଲ ପାତ୍ର,ମାଲି ସାହୁ ପ୍ରମୁଖ କାର୍ଯ୍ୟକର୍ତ୍ତା ଉପସ୍ଥିତ ଥିଲେ । ‌‌ ଆପଣଙ୍କ – ସୁନିଲ କୁମାର ସାହୁ, ଜିଲ୍ଲା ଉପସଭାପତି ତଥା ମିଡ଼ିଆ ପ୍ରଭାରୀ, ବିଜେପି, ଗଞ୍ଜାମ ।

ad-week
Leave A Reply

Your email address will not be published.