ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ; ସମୀକ୍ଷା କଲେ ପୋଲିସ ଡିଜି ଅରୁଣ ଷଡ଼ଙ୍ଗୀ…

add-all

rewr

ପୁରୀ: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ଉତ୍ସବ ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ଆସନ୍ତା ୧୭ରେ ଲୋକାର୍ପଣ ଉତ୍ସବ ପୂର୍ବରୁ ଆଜି ପୁରୀରେ ସୁରକ୍ଷା ସ୍ଥିତି ଅନୁଧ୍ୟାନ କରିଛନ୍ତି ପୋଲିସ ମହାନିର୍ଦ୍ଦେଶକ ଅରୁଣ ଷଡ଼ଙ୍ଗୀ । ତାଙ୍କ ସହ ଅନ୍ୟ ବରିଷ୍ଠ ପୋଲିସ ଅଧିକାରୀମାନେ ଆଜି ଯଜ୍ଞ ସ୍ଥଳ, ଶ୍ରୀସେତୁ, ଶ୍ରୀମାର୍ଗ, ଜଗନ୍ନାଥ ବଲ୍ଲଭରେ ସୁରକ୍ଷା ସ୍ଥିତି ଅନୁଧ୍ୟାନ କରିଛନ୍ତି। ଗୁଇନ୍ଦା ନିର୍ଦ୍ଦେଶକ ସଂଜୀବ ପଣ୍ଡା, ଆଇନଶୃଙ୍ଖଳା ଏଡିଜି ସଞ୍ଜୟ କୁମାର, କେନ୍ଦ୍ରାଞ୍ଚଳ ଆଇଜି ଆଶିଷ ସିଂହ, ପୁରୀ ଏସ୍‌ପି କେ. ବିଶାଲ ସିଂହ ପ୍ରମୁଖ ଡିଜିପିଙ୍କ ସୁରକ୍ଷା ସ୍ଥିତି ଅନୁଧ୍ୟାନରେ ସାମିଲ ହୋଇଥିଲେ।

ଆସନ୍ତା ୧୭ ତାରିଖରେ ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବ ପାଇଁ ୪ ଥାକିଆ ସୁରକ୍ଷା ବ୍ୟବସ୍ଥା କରାଯାଇଛି । ସୁରକ୍ଷା ପାଇଁ ୪୪ ପ୍ଲାଟୁନ ପୋଲିସ ଫୋର୍ସ ସମେତ ବରିଷ୍ଠ ଅଧିକାରୀ ମୁତୟନ ହୋଇଛନ୍ତି । ୧୭ ତାରିଖ ଲୋକାର୍ପଣ ଦିନ ପାଇଁ ଅଧିକ ୨୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯିବ । ସାରା ପୁରୀ ସହର ସିସିଟିଭି ନଜରରେ ରହିବ ।

ad-week
Leave A Reply

Your email address will not be published.