୧୭ ଓ ୨୨ ତାରିଖରେ କେନ୍ଦ୍ରାପଡ଼ାରେ ମଦ ବିକ୍ରି ବନ୍ଦ ରଖିବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ

add-all

ଭୁବନେଶ୍ବର: ଚଳିତ ଜାନୁଆରି ୧୭ ଓ ୨୨ ତାରିଖରେ କେନ୍ଦ୍ରାପଡ଼ାରେ ମଦ ବିକ୍ରି ବନ୍ଦ ହେବ। ମଦ ଦୋକାନ ବନ୍ଦ ରଖିବାକୁ ଜିଲ୍ଲାପାଳ ଅମ୍ରିତ ଋତୁରାଜ ନିର୍ଦ୍ଦେଶ ଦେଇଛନ୍ତି। ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଓ ଅଯୋଧ୍ୟାରେ ରାମଲଲାଙ୍କ ପ୍ରାଣ ପ୍ରତିଷ୍ଠା ପାଇଁ ବନ୍ଦ ରଖିବାକୁ ନିର୍ଦ୍ଦେଶ ହୋଇଛି।

ସୂଚନାଯୋଗ୍ୟ, ରାଜ୍ୟ ସରକାର ଆସନ୍ତାକାଲି (ଜାନୁଆରି ୧୭ ତାରିଖ ବୁଧବାର) ଦିନ ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ ଓ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରଖିବାକୁ ପୂର୍ବରୁ ଘୋଷଣା କରିଛନ୍ତି। ସେହିଭଳି ଆସନ୍ତା ୨୨ ତାରିଖକୁ ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ ଓ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା କରନ୍ତୁ ବୋଲି ବିଜେପି ଦାବି କରିଛି। ଏହାସହ ସେ ଦିନ ରାଜ୍ୟରେ ସମସ୍ତ ମଦ ଦୋକାନ ବନ୍ଦ କରିବାକୁ ନିର୍ଦ୍ଦେଶ ଦିଅନ୍ତୁ ବୋଲି କହିଛି। ୫ଶହ ବର୍ଷର ସଂଘର୍ଷ ପରେ ଅଯୋଧ୍ୟାରେ ପ୍ରଭୁ ଶ୍ରୀରାମଙ୍କ ପ୍ରାଣ ପ୍ରତିଷ୍ଠା କରାଯିବ। ଦେଶର ଅନେକ ରାଜ୍ୟରେ ସେହି ଦିନ ଛୁଟି ଘୋଷଣା କରାଯାଇଛି। ନିଶାଦ୍ରବ୍ୟ ବନ୍ଦ କରିବା ପାଇଁ ନିର୍ଦେଶ ଦିଆଯାଇଛି। ବିଜେପି ରାଜ୍ୟ ମୁଖପାତ୍ର ଦିଲ୍ଲୀପ ମଲ୍ଲିକ କହିଛନ୍ତି, ଅନ୍ୟ ରାଜ୍ୟ ଭଳି ଓଡ଼ିଶା ସରକାର ମଧ୍ୟ ଜାନୁଆରି ୨୨ ତାରିଖରେ ଛୁଟି ଘୋଷଣା କରନ୍ତୁ।

ad-week
Leave A Reply

Your email address will not be published.