ମହାପ୍ରଭୁଙ୍କ ଦର୍ଶନ ସାରି ଫେରୁଥି‌ଲେ ମହିଳା, ସିଂହଦ୍ୱାର ନିକଟରେ ଚାଲିଗଲା ଜୀବନ

add-all

The dead man's body. Focus on hand

ପୁରୀ: ପୁରୀର ବିଶ୍ବପ୍ରସିଦ୍ଧ ଜଗନ୍ନାଥ ମନ୍ଦିର ସମ୍ମୁଖ ସିଂହଦ୍ୱାର ନିକଟରେ ଜଣେ ମହିଳା ଶ୍ରଦ୍ଧାଳୁଙ୍କର ପ୍ରାଣହାନି ଘଟିଥିବା ଜଣାଯାଇଛି। ତେବେ ମୃତ ମହିଳାଙ୍କ ପରିଚୟ ମିଳିନାହିଁ। ପୁଲିସ ବିଭିନ୍ନ ମାଧ୍ୟମରେ ମହିଳାଙ୍କ ଫଟୋ ଜାରି କରି ତାଙ୍କର ପରିଚୟ ଖୋଜୁଥିବା ଜଣାଯାଇଛି।
ସୂଚନା ଅନୁଯାୟୀ, ଗତକାଲି ଜଣେ ମଧ୍ୟବୟସ୍କା ମହିଳା ଶ୍ରଦ୍ଧାଳୁ ଶ୍ରୀଜିଉଙ୍କୁ ଦର୍ଶନ କରିବା ପାଇଁ ପୁରୀ ଆସିଥିଲେ। ମହାପ୍ରଭୁଙ୍କୁ ଦର୍ଶନ ସାରି ଫେରିଲା ବେଳେ ସିଂହଦ୍ୱାର ନିକଟରେ ସେ ଅଚେତ ହୋଇ ପଡ଼ିଯାଇଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ପୁରୀ ସଦର ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲା। ସେଠାରେ ମହିଳାଙ୍କର ଶବବ୍ୟବଚ୍ଛେଦ କରାଯିବା ପରେ କେଉଁ କାରଣରୁ ତାଙ୍କର ମୃତ୍ୟୁ ଘଟିଛି, ତାହା ସ୍ପ‌ଷ୍ଟ ହେବ ବୋଲି ପୁଲିସ ପକ୍ଷରୁ କୁହାଯାଇଛି।

ad-week
Leave A Reply

Your email address will not be published.