୧୪ତମ ଜାତୀୟ ମତଦାତା ଦିବସ ପାଳିତ…

add-all

ଫୁଲବାଣୀ:କନ୍ଧମାଳ ଜିଲ୍ଲା ଫୁଲବାଣୀ ଉପଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟରେ ୧୪ ତମ ଜାତୀୟ ମତଦାତା ଦିବସ ପାଳିତ ହୋଇଛି। ଏହି କାର୍ଯ୍ୟକ୍ରମ ରେ ଉପଜିଲ୍ଲାପାଳ ଜ୍ୟୋତି ଶଙ୍କର ରାୟ ଅଧ୍ୟକ୍ଷତା କରିଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ଡ଼ି ମାଲେଶ୍ୱର ପାତ୍ର, ଡେପୁଟି କଲେକ୍ଟର, ସହକାରୀ ଜିଲ୍ଲାପାଳ ବିବେକାନନ୍ଦ ସାମଲ, ସହକାରୀ ଜିଲ୍ଲାପାଳ ମାନସ ରଞ୍ଜନ ପାଣିଗ୍ରାହୀ, ଅତିରିକ୍ତ ଜିଲ୍ଲା ମଙ୍ଗଳ ଅଧିକାରୀ ସୁଶ୍ରୀ ରଞ୍ଜିତା ଲେଙ୍କା, ବୁଥ ସ୍ତରୀୟ ଅଧିକାରୀ, ବୁଥ ସ୍ତରୀୟ ସୁପରଭାଇଜର, ସହରର ଭୋଟର ଓ ଉପଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟର ସମସ୍ତ କର୍ମଚାରୀ ଉପସ୍ଥିତ ଥିଲେ।
ଏହି ଅବସରରେ ଗତ ସଂକ୍ଷିପ୍ତ ସଂଶୋଧନ କାର୍ଯ୍ୟକ୍ରମରେ ଯେଉଁ ବୁଥ ସ୍ତରୀୟ ଅଧିକାରୀ ଭଲ ପ୍ରଦର୍ଶନ କରିଥିଲେ ସେମାନଙ୍କୁ ପୁରସ୍କୃତ କରାଗଲା ଏବଂ ଉପସ୍ଥିତ ଥିବା ସମସ୍ତ କର୍ମକର୍ତ୍ତାଙ୍କୁ ଉପଜିଲ୍ଲାପାଳ ଶପଥ ପାଠ କରାଇଥିଲେ।

ad-week
Leave A Reply

Your email address will not be published.