ଆସନ୍ତାକାଲି ଓଡ଼ିଶା ଗସ୍ତରେ ଆସୁଛନ୍ତି କଂଗ୍ରେସ ଅଧକ୍ଷ ମଲ୍ଲିକାର୍ଜୁନ ଖଡଗେ

newyr25

kharge

ଭୁବନେଶ୍ବର: ଆସନ୍ତାକାଲି ଓଡ଼ିଶା ଗସ୍ତରେ ଆସୁଛନ୍ତି କଂଗ୍ରେସ ଅଧକ୍ଷ ମଲ୍ଲିକାର୍ଜୁନ ଖଡଗେ। ଦିନ ୧୨ ଟାରେ ଭୁବନେଶ୍ୱର ବିମାନବନ୍ଦରରେ ପହଁଚିବା ପରେ ଏକ ବିରାଟ ପଟୁଆରରେ ସେ ଲୋୟର ପିଏମଜିରେ ଆୟୋଜିତ ଓଡିଶା ବଞ୍ଚାଅ ସମାବେଶରେ ଯୋଗଦେବେ।

ସମାବେଶରେ ଜିଲ୍ଲା ସଭାପତି, ବ୍ଲକ ସଭାପତି, ମଣ୍ଡଳ ସଭାପତି, ପଞ୍ଚାୟତ ସଭାପତିଙ୍କ ସହ ହଜାର ହଜାର କର୍ମୀ ଏବଂ ସାଧାରଣ ଲୋକଙ୍କୁ ଉଦବୋଧନ ଦେବେ ଖଡଗେ। ସମାବେଶ ପରେ କଂଗ୍ରେସର ବରିଷ୍ଠ ନେତା ଏବଂ ସହଯୋଗୀ ଦଳଙ୍କ ସହ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି। ଏଆଇସିସି ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ ପରେ ଏହା ହେଉଛି ଖଡଗେଙ୍କ ପ୍ରଥମ ଓଡିଶା ଗସ୍ତ।

ଅଧ୍ୟକ୍ଷଙ୍କ ଗସ୍ତ ପୂର୍ବରୁ ପିସିସି ସଭାପତି ଅଭିଯୋଗ କରିଛନ୍ତି ଯେ, ଓଡ଼ିଶାକୁ ଦରିଦ୍ର ରାଜ୍ୟ ଭାବେ ପରିଣତ କରିସାରିଛନ୍ତି ରାଜ୍ୟ ସରକାର। ଜମି, ଖଣି ଭଳି ଦୁର୍ନୀତିରେ ଲିପ୍ତ ରହିଛନ୍ତି। ରାଜ୍ୟ ସରକାରଙ୍କ ଏହି ଦୁର୍ନୀତି ବିରୋଧରେ ହିଁ କଂଗ୍ରେସ ମହାଲଢେଇ କରିବ ବୋଲି କହିଛନ୍ତି ପିସିସି ସଭାପତି ଶରତ ପଟ୍ଟନାୟକ।

ଏ ନେଇ ବିଜେଡି କହିଛି, ନିର୍ବାଚନ ପାଖେଇଲେ କେନ୍ଦ୍ରୀୟ ନେତା ସବୁ ଆସନ୍ତି। କିନ୍ତୁ ଓଡ଼ିଶାରେ ଏହାର କୌଣସି ପ୍ରଭାବ ପଡିବନି। ବିଜେପି ମଧ୍ୟ କଂଗ୍ରେସର ଅସ୍ତିତ୍ୱ ଉପରେ ପ୍ରଶ୍ନ ଉଠାଇଛି।

Leave A Reply

Your email address will not be published.