ଦାରିଙ୍ଗବାଡ଼ି ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ବାର୍ଷିକ ଉତ୍ସବ ଅନୁଷ୍ଠିତ

add-all

ଦାରିଙ୍ଗବାଡ଼ି,୩୧/୧ : ଦାରିଙ୍ଗବାଡ଼ି ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଛି । ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପ୍ରଧାନ ଶିକ୍ଷୟିତ୍ରୀ ଝୁନୁରାଣୀ ପ୍ରଧାନଙ୍କ ଅଧ୍ୟକ୍ଷତାରେ ପୂର୍ବାହ୍ନରେ ମୁଖ୍ୟ ଅତିଥି ଭାବେ ସରପଞ୍ଚ ସୁଶ୍ରୀ ଚନ୍ଦ୍ରିକା ମଲିକ ବକ୍ତା ଭାବେ ବ୍ଳକ ମଙ୍ଗଳ ସଂପ୍ରସାରଣ ଅଧିକାରୀ ବିଶ୍ୱଜିତ ଜାଲି ଓ ସମ୍ମାନିତ ଅତିଥି ଭାବେ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଭାରପ୍ରାପ୍ତ ଅଧକ୍ଷା ସୋନାଲିତା ପୃଷ୍ଟି ଯୋଗଦେଇ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ । ପ୍ରଧାନ ଶିକ୍ଷୟିତ୍ରୀ ବାର୍ଷିକ ବିବରଣୀ ପାଠ କରିବା ସହିତ ଅତିଥି ତାଙ୍କ ବକ୍ତବ୍ୟରେ ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରିଥିଲେ ।ଅପରାହ୍ନରେ ଉଦଯାପିତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ବିଡିଓ ଗଦାଧର ପାତ୍ର, ସମ୍ମାନିତ ଅତିଥି ଭାବେ ସରପଞ୍ଚ ସୁଶ୍ରୀ ଚନ୍ଦ୍ରିକା ମଲିକ, ଶିକ୍ଷକ ବିଦେଶୀ ନାୟକ, ବରିଷ୍ଠ ନାଗରିକ ପତିତବାବନ ରାଉତ,ବିଧାୟକ ପ୍ରତିନିଧି ଦୀପକ କୁମାର ସାହୁ ଯୋଗଦେଇ ତାଙ୍କ ବକ୍ତବ୍ୟରେ ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରିବା ସହିତ ବିଭିନ୍ନ ପ୍ରତିଯୋଗିତାରେ ଭଲ ପ୍ରଦର୍ଶନ କରିଥିବା ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରିଥିଲେ । ଏହା ପରେ ଛାତ୍ରଛାତ୍ରୀଙ୍କ ପକ୍ଷରୁ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ କରି ଦର୍ଶକଙ୍କ ମନମୋହିଥିଲେ । କାର୍ଯ୍ୟକ୍ରମର ସଂଯୋଜନା ଶିକ୍ଷକ ନରେନ୍ଦ୍ର ବେହେରା କରିଥିଲା ବେଳେ ଶିକ୍ଷକ ସମ୍ବିତ କୁମାର ମିଶ୍ର, ଏମ ଏସ ସଚିସ,ସାରାଦାପ୍ରସାଦ ମଙ୍ଗରାଜ ସହଯୋଗ କରିଥିଲେ ।

ad-week
Leave A Reply

Your email address will not be published.