ଉତ୍ତର ଓଡ଼ିଶାରେ ହାଲୁକା ବର୍ଷା ହୋଇପାରେ…

add-all

rain

ଭୁବନେଶ୍ବର: ଆସନ୍ତା ୪୮ ଘଣ୍ଟା ପର୍ଯ୍ୟନ୍ତ ଉତ୍ତର ଅଭ୍ୟନ୍ତରୀଣ ଓ ଉତ୍ତର ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକା ବର୍ଷା ହୋଇପାରେ। ଶୁକ୍ରବାର ସକାଳ ସୁଦ୍ଧା ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ମୟୂରଭଞ୍ଜ ଏବଂ ପରବର୍ତ୍ତୀ ୨୪ ଘଣ୍ଟାରେ ଯାଜପୁର, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଢେଙ୍କାନାଳ, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାରେ ବର୍ଷାର ସମ୍ଭାବନା ରହିଛି। ଆସନ୍ତା ୪ରୁ ୫ ଦିନ ମଧ୍ୟରେ ସର୍ବନିମ୍ନ ତାପମାତ୍ରାରେ ସେଭଳି କୌଣସି ପରିବର୍ତ୍ତନ ହେବ ନାହିଁ। ପାଗ ମୁଖ୍ୟତଃ ଶୁଖିଲା ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଚାନ୍ଦବାଲି ଓ ଅନୁଗୁଳରେ ଘନ କୁହୁଡ଼ି ହେବାରୁ ଦୃଶ୍ୟମାନ ଦୂରତା ୫୦ରୁ ୨୦୦ ମିଟର ମଧ୍ୟରେ ରହିଥିଲା। ଯେତେବେଳେ କି ବାରିପଦା, କେନ୍ଦ୍ରାପଡ଼ା ଓ ଭବାନୀପାଟଣାରେ ମଧ୍ୟମଧରଣର କୁହୁଡ଼ି ପଡ଼ିବାରୁ ଦୃଶ୍ୟମାନ ଦୂରତା‌ ୨୦୦ରୁ ୧୦୦୦ ମିଟର ରହିଥିଲା। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ସମସ୍ତ ସହରର ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରି ଉପରକୁ ଚାଲିଯାଇଛି। ସିମିଳିଗୁଡ଼ାରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ୧୦.୩ ଡିଗ୍ରି ରେକର୍ଡ ହୋଇଥିବା ବେଳେ ଜି ଉଦୟଗିରି ଓ କୋରାପୁଟରେ ୧୦.୫, ଫୁଲବାଣୀରେ ୧୧, ଦାରିଙ୍ଗବାଡ଼ିରେ ୧୧.୫ ରହିଥିଲା। ପୁରୀରେ ସର୍ବନିମ୍ନ ତାପାମତ୍ରା ୨୦ ଡିଗ୍ରି ଟପିଥିବା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।

ad-week
Leave A Reply

Your email address will not be published.