ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ…

add-all

ଆର,ଉଦୟଗିରି : ଗଜପତି ଜିଲ୍ଲା ସଦର ମହକୁମା ଠାରେ ଜିଲ୍ଲାପାଳଙ୍କ କାର୍ଯ୍ୟଳୟ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନ, ଆରକ୍ଷୀ ଅଧିକ୍ଷକ ସୁଶ୍ରୀ ସ୍ଵାତୀ ଏସ. କୁମାର , ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ବୀରେନ୍ଦ୍ର କୁମାର ଦାସ ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ପାରଳାଖେମୁଣ୍ଡି ପୌର ପରିଷଦର ସମେତ କେରାଣ୍ଡି, କତଳକଇଠା, ବାଘଶାଳ, ରାଣୀପେଣ୍ଠ ଓ ସିଧାମାଡ଼ଙ୍ଗ ପଞ୍ଚାୟତର ସମୁଦାୟ ମୋଟ- ୧୦୩ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୮୬ ଗୋଟି,ଗ୍ରାମ ଭିତ୍ତିକ ସମସ୍ୟା- ୧୭ ଗୋଟି ଓ ୧୧ ଗୋଟି ଅଭିଯୋଗକୁ ତୁରନ୍ତ ସମାଧାନ କରାଯାଇଛି, ୪ଜଣକୁ ମୁଖ୍ୟ ମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ୪୦ ହାଜର ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରାଯାଇଥିବା ବେଳେ ଜଣକୁ ରେଡ୍ କ୍ରସ୍ ପାଣ୍ଠି ତରଫରୁ ପାଞ୍ଚ ହଜାର ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରାଯାଇଛି। ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା,ଜମି ପଟ୍ଟା, ମୋ ଘର ଯୋଜନା,ମନରେଗା,ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା,ଜଳ ସେଚନ ରାସ୍ତା ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା । ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡା.ପ୍ରଦୀପ କୁମାର ପାତ୍ର,ସ୍ଥାନୀୟ ତହସିଲଦାର ନାରାୟଣ ବେହେରା ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଏହି ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ।

ad-week
Leave A Reply

Your email address will not be published.