ଅସୁସ୍ଥ ସୁଜ୍ଞାନ କୁମାରୀ ଦେଓଙ୍କୁ ଭେଟିବାକୁ ଚେନ୍ନାଇ ଗଲେ ମୁଖ୍ୟମନ୍ତ୍ରୀ

add-all

0f7a8dfe-7737-49ca-9593-29ee95dc5995-750x430

ଭୁବନେଶ୍ଵର: ବିଶିଷ୍ଟ ରାଜନୀତିଜ୍ଞ ତଥା ପୂର୍ବତନ ବିଧାୟିକା ଭି. ସୁଜ୍ଞାନ କୁମାରୀ ଦେଓଙ୍କୁ ଭେଟି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବୁଝିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସଂଧ୍ୟାରେ ଚେନ୍ନାଇ ଯାଇଛନ୍ତି। ତାଙ୍କ ସହିତ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଉଷା ଦେବୀ, ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ୫ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି କାର୍ତ୍ତିକ ପାଣ୍ଡିଆନ ଏବଂ ଯାଜପୁର ବିଧାୟକ ପ୍ରଣବ ପ୍ରକାଶ ଦାସ ଚେନ୍ନାଇ ଯାଇଛନ୍ତି।

ସୂଚନାଯୋଗ୍ୟ ଯେ ସୁଜ୍ଞାନ କୁମାରୀ ଦେଓ ଅସୁସ୍ଥ ହୋଇ ବର୍ତ୍ତମାନ ଚେନ୍ନାଇର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ଶ୍ରୀମତୀ ଦେଓ ବିଜୁ ଜନତା ଦଳର ଜଣେ ବରିଷ୍ଠ ନେତ୍ରୀ ଏବଂ ସେ ୧୦ ଥର ବିଧାୟିକା ଭାବରେ ଖଲିକୋଟ ଓ କବିସୂର୍ଯ୍ୟନଗର ବିଧାନସଭା ନିର୍ବାଚନ ମଣ୍ଡଳୀରୁ ପ୍ରତିନିଧିତ୍ୱ କରିଛନ୍ତି। ଖଲିକୋଟ ରାଣୀ ଭାବେ ମଧ୍ୟ ସେ ସୁପରିଚିତ ଅଟନ୍ତି। ଏଭଳି ଜଣେ ନିରଙ୍କୁଶ ନେତ୍ରୀଙ୍କ ପାଇଁ ସାରା ଓଡ଼ିଶାର ଜନମାନସ ତାଙ୍କ ସୁସ୍ଥତା ଲାଗି ଜଗନ୍ନାଥ ପାଖରେ ବିନମ୍ର ପ୍ରାର୍ଥନା କରିଛନ୍ତି।

ad-week
Leave A Reply

Your email address will not be published.