ମହାପ୍ରଭୁଙ୍କୁ ଦର୍ଶନ କରି ଆଶୀର୍ବାଦ ନେଲେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

add-all

ଭୁବନେଶ୍ବର : ପୁରୀ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରି ଆଶୀର୍ବାଦ ନେଲେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ। ଅଶ୍ବିନୀ ବୈଷ୍ଣବଙ୍କ ସହ ପୁରୀ ବିଧାୟକ ଜୟନ୍ତ ଷଡ଼ଙ୍ଗୀ ଓ ଶ୍ରୀମନ୍ଦିର ପ୍ରଶାସନର ଅଧିକାରୀ ଉପସ୍ଥିତ ଥିଲେ। ଦର୍ଶନ ପରେ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ନିକଟକୁ ଆସି ଆଜି ଶ୍ରୀପଞ୍ଚମୀରେ ପୂଜା ହୋଇଥିବା ତିନି ଖଣ୍ଡ ଧଉରା କାଠ ନିକଟରେ ପ୍ରଣିପାତ କରିଛନ୍ତି। ସାଢେ ଚାରିକୋଟି ଓଡିଆଙ୍କ ଆରାଧ୍ୟ ଦେବତା ମହାପ୍ରଭୁ ଜଗନ୍ନାଥଙ୍କ ଆଶୀର୍ବାଦ ନେବାକୁ ଆସିଥିଲେ ବୋଲି କହିଛନ୍ତି। ସମଗ୍ର ଓଡ଼ିଶାର ବିକାଶ ଓ ମଙ୍ଗଳ ପାଇଁ ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରୁଛି। ପରେ ପୁରୀ ରେଳଷ୍ଟେସନରେ ଚାଲିଥିବା କାର୍ଯ୍ୟର ସମୀକ୍ଷା କରିବେ।

ad-week
Leave A Reply

Your email address will not be published.