ଆସନ୍ତାକାଲିଠୁ ମାଟ୍ରିକ ପରୀକ୍ଷା, ସୁରକ୍ଷା ବ୍ୟବସ୍ଥା କଡାକଡି

add-all

ଭୁବନେଶ୍ଵର: ଆସନ୍ତାକାଲିଠୁ ଆରମ୍ଭ ହେବାକୁ ଯାଉଛି ମାଟ୍ରିକ ପରୀକ୍ଷା । ମାର୍ଚ୍ଚ ୧୬ ଯାଏଁ ଚାଲିବ ପରୀକ୍ଷା । ଚଳିତ ଥର ୫ଲକ୍ଷ ୫୧ ହଜାର ୬୧୧ ଛାତ୍ରଛାତ୍ରୀ ୩ହଜାର ୪୭ଟି ସେଣ୍ଟରରେ ମାଟ୍ରିକ ପରୀକ୍ଷା ଦେବେ । ଏହାସହ ଦୁର୍ଗମ ଅଞ୍ଚଳର ୨୧ଟି ପୁଲିସ ଷ୍ଟେସନକୁ ନୋଡାଲ୍ ସେଣ୍ଟର କରାଯାଇଛି ।

ପରୀକ୍ଷା ୯ଟାରୁ ଆରମ୍ଭ ହୋଇ ୧୧ଟାରେ ଶେଷ ହେବ। ପିଲାମାନେ ଦେଢ ଘଣ୍ଟା ପୂର୍ବରୁ ପରୀକ୍ଷା କେନ୍ଦ୍ରରେ ପହଞ୍ଚିବେ। ପରୀକ୍ଷାର୍ଥୀମାନେ ପରୀକ୍ଷା କେନ୍ଦ୍ରକୁ ଯିବା ବେଳେ ସାଙ୍ଗରେ ଆଡମାଟ୍‌ କାର୍ଡ, ବ୍ଲ୍ୟୁ ଓ ବ୍ଲାକ୍ ପେନ୍, ଓ ପେନ୍‌ସିଲ୍ ଜେମେଟ୍ରିବକ୍ସ ବକ୍ସ ନେଇ ଯିବେ। ଅନ୍ୟ ଜିନିଷ ପରୀକ୍ଷା କେନ୍ଦ୍ରକୁ ପିଲାମାନେ ନେଇ ପାରିବେ ନାହିଁ। ଏହା ସହ ଶିକ୍ଷକମାନେ ପରୀକ୍ଷା କେନ୍ଦ୍ରକୁ ଯିବାବେଳେ ମୋବାଇଲ ପରୀକ୍ଷା ହଲ୍ ବାହାରେ ରଖି ଭିତରକୁ ଯିବେ ।

ତେବେ ଚଳିତ ବର୍ଷ କପି ରୋକିବାକୁ ଏକ ଭିନ୍ନ ପଦ୍ଧତି ଆପଣେଇଛି ଓଡିଶା ମାଧ୍ୟମିକ ଶିକ୍ଷା ବୋର୍ଡ । ଦେଶର ପ୍ରଥମ ପରୀକ୍ଷା ବୋର୍ଡ ଭାବେ ଚଳିତ ବର୍ଷ ଆର୍ଟିଫିସିଆଲ ଇଣ୍ଟିଲିଜେନ୍ସର ସହାୟତା ନେଇଛି ଓଡ଼ିଶା ମାଧ୍ୟମିକ ଶିକ୍ଷା ବୋର୍ଡ। ସମ୍ବେଦନଶୀଳ ପରୀକ୍ଷା କେନ୍ଦ୍ର ସହ ନୋଡାଲ ସେଣ୍ଟରରେ AI ଅର୍ଥାତ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ କ୍ୟାମେରା ବ୍ୟବହାର କରାଯିବ। ବୋର୍ଡ ମୁଖ୍ୟଳୟରେ କମାଣ୍ଡ କଣ୍ଟ୍ରୋଲ ରୁମରୁ ହିଁ ତା ଉପରେ ନଜର ରଖାଯିବ। ଏହାସହ ରାଜ୍ୟର ସମସ୍ତ ପରୀକ୍ଷା କେନ୍ଦ୍ରରେ CCTV ଲାଇଭ ଷ୍ଟ୍ରିମିଙ୍ଗ ୱେବକାଷ୍ଟିଂ ବ୍ୟବସ୍ଥା କରାଯାଇଛି ।

ad-week
Leave A Reply

Your email address will not be published.