ମାହାଙ୍ଗା ଡବଲ ମର୍ଡର ମାମଲା: ଜଷ୍ଟିସ୍ ଗୌରୀଶଙ୍କର ଶତପଥୀଙ୍କ ଖଣ୍ଡପୀଠରେ ହେବ ଶୁଣାଣି

add-all

କଟକ: ବହୁଚର୍ଚ୍ଚିତ ମାହାଙ୍ଗା ଡବଲ ମର୍ଡର ମାମଲାର ଶୁଣାଣି କରିଛନ୍ତି ନୂଆ ବିଚାରପତି। ଜଷ୍ଟିସ୍ ଗୌରୀଶଙ୍କର ଶତପଥୀଙ୍କ ଖଣ୍ଡପୀଠ ବିଧାୟକ ପ୍ରତାପ ଜେନାଙ୍କ ମାମଲାର ଶୁଣାଣି କରିଛନ୍ତି। ମାର୍ଚ୍ଚ ୧୫ ତାରିଖରେ ମାମଲାର ପରବର୍ତ୍ତି ଶୁଣାଣି ହେବ। ସେପର୍ଯ୍ୟନ୍ତ ବିଧାୟକଙ୍କ ଅନ୍ତରୀଣ ସୁରକ୍ଷା ବଳବତ୍ତର ରହିବ। ଏହି ଅବଧି ମଧ୍ୟରେ ବିଧାୟକଙ୍କ ବିରୋଧରେ ପୁଲିସ କୌଣସି କାର୍ଯ୍ୟାନୁଷ୍ଠାନ ନେଇପାରିବ ନାହିଁ।
ବିଚାରପତି ଜଷ୍ଟିସ୍ ବି.ପି ରାଉତରାୟ ପୂର୍ବରୁ ଏହି ମାମଲାରୁ ଓହରି ଯାଇଥିଲେ। ଗତ ୧୬ ତାରିଖରେ ଜଷ୍ଟିସ୍ ବି.ପି ରାଉତରାୟ ମାମଲାରୁ ଓହରି ଯିବାର ଏକ ସପ୍ତାହ ମଧ୍ୟରେ ଅନ୍ୟ ଜଣେ ବିଚାରପତି ଏହାର ଶୁଣାଣି କରିବେ କୋର୍ଟ କହିଥିଲେ।

ସୂଚନାଯୋଗ୍ୟ, ୨୦୨୧ ଜାନୁଆରି ୩ ତାରିଖରେ ବିଜେପି ନେତା ତଥା ପୂର୍ବତନ ମାହାଙ୍ଗା ବ୍ଳକ ଅଧ୍ୟକ୍ଷ କୁଳମଣି ବରାଳ ଏବଂ ତାଙ୍କର ଘନିଷ୍ଠ ସହଯୋଗୀ ଦିବ୍ୟସିଂଘ ବରାଳଙ୍କୁ ଅତି ନିର୍ମମ ଭାବେ ହତ୍ୟା କରାଯାଇଥିଲା। ପରେ ଏହି ମାମଲାର ମୁଖ୍ୟ ଅଭିଯୁକ୍ତ ଥିବା ପ୍ରଫୁଲ ବିଶ୍ୱାଳଙ୍କ ଟାଙ୍ଗି-କଟକ ରାସ୍ତାରେ ସନ୍ଦେହଜନକ ଭାବେ ଟ୍ରକ ଦୁର୍ଘଟଣାରେ ମୃତ୍ୟୁ ହୋଇଥିଲା। ଏହି ମାମଲାରେ ୧୩ ଜଣଙ୍କ ନାଁରେ ଥାନାରେ ଅଭିଯୋଗ ହୋଇଥିଲା।

ad-week
Leave A Reply

Your email address will not be published.