ଇଂରାଜୀ ପରୀକ୍ଷା ପୂର୍ବରୁ ଜୀବନ ହାରିଲେ ମାଟ୍ରିକ୍ ପରୀକ୍ଷାର୍ଥୀ

add-all

ଧାମନଗର: ଆଜି ଜଣେ ମାଟ୍ରିକ ପରୀକ୍ଷାର୍ଥୀ ପରୀକ୍ଷା ଦେବାକୁ ଯିବା ପୂର୍ବରୁ ଆତ୍ମହତ୍ୟା କରିଥିବା ଜଣାଯାଇଛି। ମୃତ ଛାତ୍ର ହେଲେ ଅଭିଷେକ ପଣ୍ଡା। ସେ ଭଦ୍ରକ ଜିଲ୍ଲା ଧାମନଗର ଥାନା ଅଧୀନ ଜାହାଙ୍ଗୀର ଶାସନ ଗାଁରେ ନିଜ ମାଉସୀଙ୍କ ଘରେ ରହି ପଢୁଥିଲେ। ମାଉସୀଙ୍କ ଶାଢ଼ୀରେ ଫାଶୀ ଦେଇ ଆତ୍ମହତ୍ୟା କରିଥିବା ସୂଚନା ରହିଛି। ଛାତ୍ରଙ୍କ ନିଜ ଘର ମୟୁରଭଞ୍ଜ ଜିଲ୍ଲାର ଉଦଳାସ୍ଥିତ ରାଢ଼ ଗ୍ରାମରେ  ବୋଲି ଜଣାଯାଇଛି।

ମୃତ ଅଭିଷେକ ମାଟ୍ରିକ ପରୀକ୍ଷାର ପ୍ରଥମ ଦିନରେ ସାହିତ୍ୟ ପରୀକ୍ଷା ଦେଇଥିଲେ। ଆଜି ଇଂରାଜୀ ପରୀକ୍ଷା ଥିଲା । କିନ୍ତୁ ସକାଳୁ କବାଟ ନ ଖୋଲିବାରୁ ଘର ଲୋକେ ପୁଲିସକୁ ସୂଚନା ଦେଇଥିଲେ। ପୁଲିସ ପହଞ୍ଚି ଘର ଭିତରୁ ଝୁଲନ୍ତା ମୃତଦେହ ଉଦ୍ଧାର କରିଥିଲା। ତେବେ ଆତ୍ମହତ୍ୟାର କାରଣ ସ୍ପଷ୍ଠ ହୋଇନଥିବା ବେଳେ ପରୀକ୍ଷାର ଚାପ ପାଇଁ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି।

ad-week
Leave A Reply

Your email address will not be published.