ସାମୟିକ କଳା ଓ କ୍ରୀଡ଼ା ଶିକ୍ଷକଙ୍କ ପାରିଶ୍ରମିକ ୧୦ ହଜାର ଟଙ୍କାକୁ ବୃଦ୍ଧି 

add-all

ଭୁବନେଶ୍ବର: ରାଜ୍ୟର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଗୁଡିକରେ ନିୟୋଜିତ ସାମୟିକ କଳା ଓ କ୍ରୀଡା ପ୍ରଶିକ୍ଷକ ମାନଙ୍କ ମାସିକ ପାରିଶ୍ରମିକକୁ ରାଜ୍ୟ ସରକାର ସାତ ହଜାର ଟଙ୍କାରୁ ଦଶ ହଜାର ଟଙ୍କାକୁ ବୃଦ୍ଧି କରିଛନ୍ତି। ଏଣିକି ସେମାନଙ୍କ ମାସିକ ପାରିଶ୍ରମିକ ବର୍ଷକୁ ୧୦ ମାସ ପରିବର୍ତ୍ତେ ପୁରା ୧୨ ମାସ ପାଇଁ ପାଇବେ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି ଏବଂ ମାସିକ ୨୪ଟି ପରିୟଡ ପରିବର୍ତ୍ତେ ୩୦ଟି ପିରିୟଡରେ ଶିକ୍ଷା ପ୍ରଦାନ କରିବେ। ଏହାସହିତ ଅନ୍ୟ ସରକାରୀ କର୍ମଚାରୀ ମାନଙ୍କ ପରି ମହିଳା କଳା ଓ କ୍ରୀଡା ପ୍ରଶିକ୍ଷକ ମାନେ ଆବଶ୍ୟକସ୍ଥଳେ ମାତୃତ୍ବ ଛୁଟି ମଧ୍ୟ ପାଇପାରିବେ।
ସୂଚନାଯୋଗ୍ୟ ଯେ ୫ଟିି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଜିଲ୍ଲା ଗସ୍ତ ଅବସରରେ ସେମାନେ ସେମାନଙ୍କ ଅସୁବିଧା ସଂପର୍କରେ ଅଧ୍ୟକ୍ଷଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ରାଜ୍ୟ ସରକାରଙ୍କ ଏହି ନିଷ୍ପତ୍ତି ଦ୍ବାରା ୪୬୦୫ ଜଣ କଳା ଶିକ୍ଷକ-ଶିକ୍ଷୟତ୍ରୀ ଉପକୃତ ହେବେ। ସୂଚନାଯୋଗ୍ୟ ଯେ ରାଜ୍ୟର କେତେକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପିଲାମାନଙ୍କ କଳା ଓ ଶାରୀରିକ ଶିକ୍ଷା ତାଲିମ ଦେବା ପାଇଁ ସାମୟିକ କଳା ଓ କ୍ରୀଡା ଶିକ୍ଷକ ନିୟୋଜିତ କରାଯାଇଛି।

ad-week
Leave A Reply

Your email address will not be published.